୨ଟି ଏକ୍ସପ୍ରେସ ଓ ଗୋଟିଏ ମେମୁ ଟ୍ରେନର ଶୁଭାରମ୍ଭ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର: ଜନ୍ମମାଟିରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ମଙ୍ଗଳବାର ଦ୍ବିତୀୟ ଦିନ ।  ଆଜି ସକାଳେ ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଟ୍ରେନ୍ ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍ ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ […]

ରାଇରଙ୍ଗପୁର: ଜନ୍ମମାଟିରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ମଙ୍ଗଳବାର ଦ୍ବିତୀୟ ଦିନ ।  ଆଜି ସକାଳେ ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଟ୍ରେନ୍ ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍ ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ, ଯୋଗାଯୋଗ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଜଳସଂପଦ ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।

ଏହାପରେ ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦଘାଟନ କରାଯାଇଛି। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିଛନ୍ତି। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି।

ସକାଳେ ପ୍ରଥମେ ରାଷ୍ଟ୍ରପତି ନିଜ ବାସଭବନରୁ ବାହାରି ପାହାଡ଼ପୁରକୁ ଯାଇ ‌ସେଠାରେ ମୁର୍ମୁ ଛକରେ ତାଙ୍କ ସ୍ବାମୀ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହାପରେ ଏଲଆଣ୍ଡଟି ଦ୍ୱାରା ପରିଚାଳିତ ହେବାକୁ ଥିବା ଦକ୍ଷତା ବିକାଶ କେନ୍ଦ୍ରକୁ ଉଦଘାଟନ କରିଥିଲେ। ସେଠାରୁ ପାହାଡ଼ପୁରରେ ନିଜେ ଗଢ଼ିଥିବା ଏସଏଲଏସ୍ ଆବାସିକ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀମାନଙ୍କ ସହିତ ଭାବ ବିନିମୟ କରିଥିଲେ।

ଆଜି ସନ୍ଧ୍ୟା ୫ଟା ୪୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। କାଲି ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ। ଏହାପରେ ସେଠାରୁ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ତ୍ତି ଗସ୍ତ କରିବେ ।

About The Author: The Sakala