ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷ୍ୟତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଲୋକସେବା ଭବନରେ  ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଲୋଚିତ ସୂଚନା ଅନୁସାରେ, ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ),  ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ  ଜୁଲାଇ ୧୫ ତାରିଖ […]

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷ୍ୟତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଲୋକସେବା ଭବନରେ  ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ଆଲୋଚିତ ସୂଚନା ଅନୁସାରେ, ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ),  ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ  ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ଣରେ ମାନ୍ୟବର ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ସେଠାରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ ‘‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ। ମାନ୍ୟବର ରାଷ୍ଟ୍ରପତି ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦର ଠାରେ ପହଞ୍ଚିବେ ଏବଂ  ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।
09 Jul 2025 By The Sakala

https://www.thesakala.in/latest-odisha-news/president-droupadi-murmuwill-come-odisha-14th-and-15th-july/article-41532
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର