ଆସନ୍ତା ୧୦ରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିସିପି

The Sakala Picture
Published On

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବାପରେ ଦ୍ରୌପଦୀଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ । ଏନେଇ ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଛି । ଡିସିପି ପ୍ରତୀକ ସିଂ ବିମାନ ବନ୍ଦର ଭିତରକୁ ଯାଇ […]

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବାପରେ ଦ୍ରୌପଦୀଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ । ଏନେଇ ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଛି । ଡିସିପି ପ୍ରତୀକ ସିଂ ବିମାନ ବନ୍ଦର ଭିତରକୁ ଯାଇ ଯାଞ୍ଚ କରିଛନ୍ତି । ୧୫୦ ଜଣ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି । କେଉଁଠି କେଉଁଠି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ସେ ନେଇ ତଦାରଖ କରାଯାଇଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଓଡ଼ିଶାରୁ ପ୍ରଥମଥର ରାଷ୍ଟ୍ରପତି ଭାବେ ପଦ ମଣ୍ଡନ କରିଛନ୍ତି ଦ୍ରୈପଦୀ ମୁର୍ମୁ । ସେପଟେ ରାଷ୍ଟ୍ରପତି ହେବା ପରେ ପ୍ରଥମଥର ନିଜ ମାଟି ଅର୍ଥାତ ନିଜ ରାଜ୍ୟକୁ ଗସ୍ତ କରୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରଥମେ ପୁରୀ ଗସ୍ତ କରି ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବାର ବ୍ୟବସ୍ଥା ରହିଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର