ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳ ନେତା

ଭୁବନେଶ୍ବର : ଆଜି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ […]

ଭୁବନେଶ୍ବର : ଆଜି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଭାରତ ମାନଚିତ୍ରରେ ଆଙ୍କି ହୋଇଥିଲା ଜଗନ୍ନାଥ ସଂସ୍କୃତିର ଏହି ଭୂମି।

ଓଡ଼ିଆମାନଙ୍କର ଏହି ଗୌରବର ଦିନ ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳ ନେତା। ଏଥି ସହିତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଓଡ଼ିଶା ଦିବସ ଅବସରରେ ସୋସିଆଲ ମିଡିଆ ‘ଏକ୍ସ’ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ଏକ୍ସ’ରେ ଲେଖିଛନ୍ତି ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ବେଶ୍ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।

https://twitter.com/rashtrapatibhvn/status/1906919984154247230?ref_src=twsrc%5Etfw


ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ।

https://twitter.com/narendramodi/status/1906905115497206229?ref_src=twsrc%5Etfw


ସେହିପରି ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବଢ଼ାଇଥିବା-ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ପାଇଁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆସନ୍ତୁ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ ସଂକଳ୍ପକୁ ଆହୁରି ଦୃଢ଼ କରିବା।’

https://twitter.com/MohanMOdisha/status/1906892501308547129?ref_src=twsrc%5Etfw


ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ‘ଓଡ଼ିଶା ଆମ ମା’, ମାଟି ଆଉ ମମତା। ଅନେକ ମହାପୁରୁଷଙ୍କ ପ୍ରଚେଷ୍ଟା ଓ ତ୍ୟାଗ ବଳରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହୋଇଛି। ଓଡ଼ିଶା ଦିବସ ଅବସରରେ ସେମାନଙ୍କୁ ସ୍ମରଣ କରିବା ସହ ତାଙ୍କ ପ୍ରଦର୍ଶିତ ମାର୍ଗ ଅନୁସରଣ କରି ଆସନ୍ତୁ ଓଡ଼ିଶାକୁ ବିକାଶର ଶିଖରରେ ପହଞ୍ଚାଇବା। ବନ୍ଦେ ଉତ୍କଳ ଜନନୀ’।

https://twitter.com/Naveen_Odisha/status/1906916448712466757?ref_src=twsrc%5Etfw

About The Author: The Sakala