ରାଷ୍ଟ୍ରପତି ନିର୍ବାଚନ ଫଳାଫଳ : ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ଗଣତିର ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ । ଦ୍ୱିତୀୟ ପର୍ଯ୍ୟାୟରେ ବି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କ ଠାରୁ ଆଗରେ ଅଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ମୁତାବକ ଦ୍ରୌପଦୀ ମୁର୍ମୁଙ୍କୁ ୧୩୪୯ ଭୋଟ ମିଳିଥିବା ବେଳେ ୟଶୱନ୍ତ ସିହ୍ନାଙ୍କୁ ୫୩୭ ଭୋଟ ମିଳିଛି । ରାଜ୍ୟସଭା ସେକ୍ରେଟାରୀ […]

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ଗଣତିର ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ । ଦ୍ୱିତୀୟ ପର୍ଯ୍ୟାୟରେ ବି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କ ଠାରୁ ଆଗରେ ଅଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ମୁତାବକ ଦ୍ରୌପଦୀ ମୁର୍ମୁଙ୍କୁ ୧୩୪୯ ଭୋଟ ମିଳିଥିବା ବେଳେ ୟଶୱନ୍ତ ସିହ୍ନାଙ୍କୁ ୫୩୭ ଭୋଟ ମିଳିଛି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ପିସି ମୋଦୀଙ୍କ ସୂଚନା ଅନୁଯାୟୀ ଦ୍ୱିତୀୟ ପର୍ଯ୍ୟାୟ ଗଣତିରେ ପ୍ରଥମେ ୧୦ଟି ରାଜ୍ୟର ବାଲାଟ ପେପର କ୍ରମାନ୍ୱୟରେ ଗଣାଯାଇଥିଲା। ଏଥିମଧ୍ୟରୁ ମୋଟ ୧୧୩୮ ବୈଧ ଭୋଟ୍ ପଡ଼ିଛି ଯାହାର ମୂଲ୍ୟ ୧,୪୯,୫୭୫ । ଏଥିମଧ୍ୟରୁ ଦ୍ରୌପଦୀ ମୁର୍ମୁ ୮୦୯ ଭୋଟ୍ ପାଇଛନ୍ତି, ଯାହାର ମୂଲ୍ୟ ୧,୦୫,୨୯୯ ଏବଂ ଯଶୱନ୍ତ ସିହ୍ନାଙ୍କୁ ୩୨୯ ତଥା ୪୪,୨୭୬ ମୂଲ୍ୟର ଭୋଟ୍ ମିଳିଛି । ଏହା ପୂର୍ବରୁ ପ୍ରଥମ ରାଉଣ୍ଡରେ ସାଂସଦ ମାନଙ୍କ ଭୋଟ୍ ଗଣନା ହୋଇଥିଲା । ଏଥିରେ ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଭୋଟ୍ ପାଇଥିବା ବେଳେ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ କେବଳ ୨୦୮ ଭୋଟ୍ ମିଳିଥିଲା ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

ଅନ୍ୟପଟେ ଦେଶର ୧୫ତମ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଦ୍ରୌପଦୀଙ୍କ ବିଜୟ ଉତ୍ସବ ମନାଇବାକୁ ୧ ଲକ୍ଷ ୩୫ ହଜାର ଗ୍ରାମରେ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି । କୁହାଯାଉଛି କି , ଯେଉଁ ଗ୍ରାମ ମାନଙ୍କରେ ଆଦିବାସୀ ସଂପ୍ରଦାୟର ଅଧିକ ଲୋକ ରହୁଛନ୍ତି ସେହିସବୁ ଗ୍ରାମରେ ବିଜେପି ବିଜୟ ଉତ୍ସବ ପାଳନ କରିବାକୁ ପ୍ରସ୍ତୁତି କରୁଛି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

21 Jul 2022 By The Sakala

ରାଷ୍ଟ୍ରପତି ନିର୍ବାଚନ ଫଳାଫଳ : ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ଗଣତିର ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ । ଦ୍ୱିତୀୟ ପର୍ଯ୍ୟାୟରେ ବି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କ ଠାରୁ ଆଗରେ ଅଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ମୁତାବକ ଦ୍ରୌପଦୀ ମୁର୍ମୁଙ୍କୁ ୧୩୪୯ ଭୋଟ ମିଳିଥିବା ବେଳେ ୟଶୱନ୍ତ ସିହ୍ନାଙ୍କୁ ୫୩୭ ଭୋଟ ମିଳିଛି ।

ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ପିସି ମୋଦୀଙ୍କ ସୂଚନା ଅନୁଯାୟୀ ଦ୍ୱିତୀୟ ପର୍ଯ୍ୟାୟ ଗଣତିରେ ପ୍ରଥମେ ୧୦ଟି ରାଜ୍ୟର ବାଲାଟ ପେପର କ୍ରମାନ୍ୱୟରେ ଗଣାଯାଇଥିଲା। ଏଥିମଧ୍ୟରୁ ମୋଟ ୧୧୩୮ ବୈଧ ଭୋଟ୍ ପଡ଼ିଛି ଯାହାର ମୂଲ୍ୟ ୧,୪୯,୫୭୫ । ଏଥିମଧ୍ୟରୁ ଦ୍ରୌପଦୀ ମୁର୍ମୁ ୮୦୯ ଭୋଟ୍ ପାଇଛନ୍ତି, ଯାହାର ମୂଲ୍ୟ ୧,୦୫,୨୯୯ ଏବଂ ଯଶୱନ୍ତ ସିହ୍ନାଙ୍କୁ ୩୨୯ ତଥା ୪୪,୨୭୬ ମୂଲ୍ୟର ଭୋଟ୍ ମିଳିଛି । ଏହା ପୂର୍ବରୁ ପ୍ରଥମ ରାଉଣ୍ଡରେ ସାଂସଦ ମାନଙ୍କ ଭୋଟ୍ ଗଣନା ହୋଇଥିଲା । ଏଥିରେ ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଭୋଟ୍ ପାଇଥିବା ବେଳେ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ କେବଳ ୨୦୮ ଭୋଟ୍ ମିଳିଥିଲା ।

ଅନ୍ୟପଟେ ଦେଶର ୧୫ତମ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଦ୍ରୌପଦୀଙ୍କ ବିଜୟ ଉତ୍ସବ ମନାଇବାକୁ ୧ ଲକ୍ଷ ୩୫ ହଜାର ଗ୍ରାମରେ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି । କୁହାଯାଉଛି କି , ଯେଉଁ ଗ୍ରାମ ମାନଙ୍କରେ ଆଦିବାସୀ ସଂପ୍ରଦାୟର ଅଧିକ ଲୋକ ରହୁଛନ୍ତି ସେହିସବୁ ଗ୍ରାମରେ ବିଜେପି ବିଜୟ ଉତ୍ସବ ପାଳନ କରିବାକୁ ପ୍ରସ୍ତୁତି କରୁଛି ।

https://www.thesakala.in/latest-odisha-news/presidential-election-result-droupadi-murmu-leading-after-second-round-of-counting/article-13497
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର