ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ, ସକାଳ ୯ଟାରୁ ୧୨ ଯାଏଁ ଚାଲିବ ପାଠପଢା

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ୩ ତାରିଖରୁ ଖୋଲିବ। ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ୩ ତାରିଖରୁ ରାଜ୍ୟରେ ୨୭ ହଜାର ସ୍କୁଲ ଖୋଲିବ। ସ୍କୁଲ ଖୋଲିବା ପରେ ସକାଳ ୯ଟାରୁ ୧୨ ଯାଏଁ ଚାଲିବ ପାଠପଢା। ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭ ହଜାର ବିଦ୍ୟାଳୟକୁ […]

ଭୁବନେଶ୍ବର : ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ୩ ତାରିଖରୁ ଖୋଲିବ। ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ୩ ତାରିଖରୁ ରାଜ୍ୟରେ ୨୭ ହଜାର ସ୍କୁଲ ଖୋଲିବ। ସ୍କୁଲ ଖୋଲିବା ପରେ ସକାଳ ୯ଟାରୁ ୧୨ ଯାଏଁ ଚାଲିବ ପାଠପଢା।

ଆହୁରି ପଢ଼ନ୍ତୁ: ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ନିର୍ମାଣାଧୀନ ପାଣି ଟାଙ୍କି ଉପରୁ ଠେଲି ସାଙ୍ଗକୁ ହତ୍ୟା !

ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭ ହଜାର ବିଦ୍ୟାଳୟକୁ ଜାନୁଆରୀ ୩ ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ପ୍ରଥମ ସମେଟିଭ ଆସେସମେଂଟ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ ଘଟିକା ଠାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ପିଲାମାନଙ୍କ ଘରକୁ ପଠାଇବା ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବ।

ଆହୁରି ପଢ଼ନ୍ତୁ: ଚଳନ୍ତା ବାଇକ୍ ଉପରେ ପଡ଼ିଲା ଗଛ ଡାଳ, ଯୁବକଙ୍କ ପେଟରେ ପଶିଲା ଶୁଖିଲା କାଠ

 

ଆହୁରି ପଢ଼ନ୍ତୁ: ମନଇଛା ଗଛ କାଟିବା ଅଭିଯୋଗରେ ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନ ଫରେଷ୍ଟର ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର