ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର…

The Sakala Picture
Published On

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ ୬ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା […]

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ ୬ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରା ଯାଞ୍ଚ କରାଯିବ। ପରେ ଫାଇନାଲ ମେରିଟ ଲିଷ୍ଟ ଜୁଲଇ ୧୮ରେ ୱେବସାଇଟରେ ପ୍ରାକାଶ ପାଇବ।  ଏହାପରେ ଜୁଲାଇ ୧୮ ଓ ୧୯ରେ ସ୍ଥାନାନ୍ତର ନିର୍ଦ୍ଦେଶ ଜାରି କରାଯିବ ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର