୨୫ଲକ୍ଷ ୧୧ଜଣ ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର : ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ବର ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପରେ ମହିଳାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି। ଆଜି ପ୍ରାୟ ୨୫ଲକ୍ଷ ୧୧ଜଣ ମହିଳାଙ୍କ ଆକାଉଣ୍ଟକୁ ୪,୯୯୯ ଲେଖାଏଁ ଟଙ୍କା ଯାଇଛି। ପୂର୍ବରୁ ଆକାଉଣ୍ଟକୁ ୧ ଟଙ୍କା ଲେଖାଏଁ ଯାଇଥିଲା। ହିତାଧିକାରୀଙ୍କ ଆକାଉଣ୍ଟକୁ ୧୨୫୦କୋଟି ୫୫ହଜାର ଟଙ୍କା ଯାଇଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନ ୧୧ଟା ସମୟରେ […]
ଭୁବନେଶ୍ବର : ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ବର ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପରେ ମହିଳାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି। ଆଜି ପ୍ରାୟ ୨୫ଲକ୍ଷ ୧୧ଜଣ ମହିଳାଙ୍କ ଆକାଉଣ୍ଟକୁ ୪,୯୯୯ ଲେଖାଏଁ ଟଙ୍କା ଯାଇଛି। ପୂର୍ବରୁ ଆକାଉଣ୍ଟକୁ ୧ ଟଙ୍କା ଲେଖାଏଁ ଯାଇଥିଲା। ହିତାଧିକାରୀଙ୍କ ଆକାଉଣ୍ଟକୁ ୧୨୫୦କୋଟି ୫୫ହଜାର ଟଙ୍କା ଯାଇଥିବା ଜଣାପଡିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନ ୧୧ଟା ସମୟରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଥିଲେ। ଏହାପରେ ସିଧା ସଳଖ ମଞ୍ଚେଶ୍ୱର ଗାଡ଼କଣ ଯାଇଥିଲେ। ସେଠାରେ ସୁଭଦ୍ରା ହିତାଧିୀକାରୀମାନଙ୍କ ସହ ଆଲୋଚନା କରିବା ପରେ ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଥିଲେ। ଗାଡ଼କଣରେ ପିଏମ ଆବାସ ଯୋଜନାର କିସ୍ତି ବାଣ୍ଟିବା ସହ ହିତାଧିକାରୀଙ୍କୁ ଘର ଚାବି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ସେ ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ପ୍ରସ୍ତୁତ ହୋଇଥିବା କ୍ଷୀରି ଖାଇଥିଲେ। ମୋଦୀ କିଛି ସମୟ ପାଇଁ ଅନ୍ତର୍ଯ୍ୟାମୀ ଙ୍କ ଘରକୁ ଯାଇ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ଛୋଟ ଛୁଆଙ୍କ ମୁଣ୍ଡରେ ହାତ ମାରିଥିଲେ। ସେଠାରେ ସେ ପୂଜାର୍ଚ୍ଚନା ବି କରିଥିଲେ ।
ଏହାପରେ ୧୨ଟାରେ ଜନତା ମଇଦାନରେ ପହଞ୍ଚି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥି ସହ ପ୍ରଧାନମନ୍ତ୍ରୀ ପ୍ରାୟ ୨୮୦୦ କୋଟିର ରେଳ ପ୍ରକଳ୍ପ ଏବଂ ୧୦୦୦ କୋଟିର ଜାତୀୟ ରାଜପଥ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଦେବା ସହ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗୃହ ପ୍ରବେଶ କରାଇଛନ୍ତି। ଏହାସହ ସେ ଆବାସ ପ୍ଲସ୍ ୨୦୨୪ ଆପ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିଛନ୍ତି।