ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଚଣ୍ଡିଖୋଲଠାରେ ୧୯୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌‌ଘାଟନ ଓ ଶିଳାନ୍ୟାସ କରିବେ ମୋଦୀ

The Sakala Picture
Published On

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି।  ଭୁବନେଶ୍ୱରରୁ ହେଲିକପ୍ଟରରେ ସିଧା ଚଣ୍ଡିଖୋଲ ଯାଇଥିଲେ ପ୍ରଧାନମନ୍ତ୍ରୀ । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ପରେ ଚଣ୍ଡିଖୋଲ ସଭାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ। ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲ୍ଲାର ଚଣ୍ଡିଖୋଲଠାରେ ୧୯୬୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦ୍‌‌ଘାଟନ ଏବଂ […]

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି।  ଭୁବନେଶ୍ୱରରୁ ହେଲିକପ୍ଟରରେ ସିଧା ଚଣ୍ଡିଖୋଲ ଯାଇଥିଲେ ପ୍ରଧାନମନ୍ତ୍ରୀ । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ପରେ ଚଣ୍ଡିଖୋଲ ସଭାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲ୍ଲାର ଚଣ୍ଡିଖୋଲଠାରେ ୧୯୬୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦ୍‌‌ଘାଟନ ଏବଂ ଶିଳାନ୍ୟାସ କରିବେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିବେ। ଏହାପରେ ସେ ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧନ କରିବେ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଖବର ଅନୁଯାୟୀ, ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ ପରେ ହେଲିକେପ୍ଟର ଯୋଗେ ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କରିବେ। ଅପରାହ୍ନ ୩ଟା ୩୦ ମିନିଟରୁ ୪ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ସେଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ। ଏହାପରେ ୪ଟା ୧୫ରୁ ୫ ଟା ଯାଏଁ ଦଳ ପକ୍ଷରୁ ଆୟୋଜିତ ଏକ ସମାବେଶରେ ଯୋଗ ଦେବେ। ସନ୍ଧ୍ୟା ୫ଟା ୫୦ ମିନିଟରେ ପ୍ରଧାନମନ୍ତ୍ରୀ କୋଲକାତା ଅଭିମୁଖେ ଯାତ୍ରା କରିବେ। ଉଦ୍‌‌ଘାଟନ ଏବଂ ଶିଳାନ୍ୟାସ ହେବାକୁ ଥିବା ପ୍ରକଳ୍ପ ମଧ୍ୟରେ ତୈଳ ଏବଂ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜଥ ଏବଂ ପରମାଣୁ ଶକ୍ତି କ୍ଷେତ୍ର ସହିତ ଜଡ଼ିତ ରହିଛି।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

ପ୍ରଧାନମନ୍ତ୍ରୀ ପାରାଦୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ୍‌‌ ମୋନୋ ଏଥାଇଲନ୍‌‌ ଗ୍ଲାଇକଲ୍‌‌ ପ୍ରକଳ୍ପକୁ ଉଦଘାଟନ କରିବେ। ଏଥିସହ ସେ ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିମି ଦୈର୍ଘ୍ୟର ପାଇପଲାଇନ ମଧ୍ୟ ଉଦଘାଟନ କରିବେ। ପାରାଦୀପରେ ଏଲପିଜି ଆମଦାନୀ ସୁବିଧାକୁ ମଧ୍ୟ ଲୋକାର୍ପଣ କରାଯିବ। ଏହି ଅବସରରେ ବିଭିନ୍ନ ଜାତୀୟ ରାଜଥର ସମ୍ପ୍ରସାରଣ ପାଇଁ ପ୍ରଧାମନ୍ତ୍ରୀ ଭିତ୍ତିପ୍ରସ୍ତର ରଖିବେ। ପ୍ରଧାନମନ୍ତ୍ରୀ ୧୬୨ କିମି ବାଂଶପାଣି – ଦୈତାରୀ – ଟମକା – ଯଖପୁରା ରେଳ ଲାଇନ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। କଳିଙ୍ଗ ନଗରରେ କନକୋର କଣ୍ଟେନର ଡିପୋ ଉଦ୍‌‌ଘାଟନ, ନର୍ଲାଠାରେ ପ୍ରସ୍ତାବିତ ଇଲେକ୍ଟ୍ରିକ୍‌‌ ରେଳ ଇଂଜିନ ମରାମତି କାରଖାନା, କଣ୍ଟାବାଞ୍ଜିରେ ୱାଗନ୍‌‌ ମରାମତି କାରଖାନା ଏବଂ ବାଘୁଆପାଳରେ ରେଳ ଇଞ୍ଜିନ ଓ ୱାଗନ ରକ୍ଷଣାବେକ୍ଷଣ ସୁବିଧାଗୁଡ଼ିକର ନବୀକରଣ ଏବଂ କ୍ଷମତା ବୃଦ୍ଧି ପାଇଁ ଭିତ୍ତି ପ୍ରସ୍ତର ସ୍ଥାନ କରାଯିବ। ସେହିପରି କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର (ନୂଆଦିଲ୍ଲୀ) ମଧ୍ୟରେ ନୂତନ ଟ୍ରେନ୍‌‌ କେନ୍ଦୁଝରଗଡ଼ ରେଳ ଷ୍ଟେସନରୁ ଶୁଭାରମ୍ଭ, କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟଦେଇ ହରିଦାସପୁର – ପାରାଦୀପ ରେଳ ମାର୍ଗରେ ଯାତ୍ରୀବାହୀ ଟ୍ରେନ ଚଳାଚଳର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର