ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ ରାସ୍ତାପାର୍ଶ୍ବରେ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ ପାଇଁ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା। ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ଏଥିପାଇଁ ସେ ଓଡ଼ିଶା ଆସିଛନ୍ତି। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀ ରାଜଭବନକୁ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ। ୯ […]

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ ରାସ୍ତାପାର୍ଶ୍ବରେ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ ପାଇଁ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା। ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ଏଥିପାଇଁ ସେ ଓଡ଼ିଶା ଆସିଛନ୍ତି। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀ ରାଜଭବନକୁ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ। ୯ ତାରିଖ ପୂର୍ବାହ୍ନ ୯ଟା ୪୫ରେ ସେ ରାଜଭବନରୁ ବାହାରି ଜତନା ମଇଦାନ ଅଭିମୁଖେ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ଯନ୍ତ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ ସମୟ ବିତାଇବେ। ଏହା ପରେ ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଦିଲ୍ଲୀ ଫେରିଯିବେ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

08 Jan 2025 By The Sakala

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ ରାସ୍ତାପାର୍ଶ୍ବରେ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ ପାଇଁ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା। ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ଏଥିପାଇଁ ସେ ଓଡ଼ିଶା ଆସିଛନ୍ତି। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀ ରାଜଭବନକୁ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ। ୯ ତାରିଖ ପୂର୍ବାହ୍ନ ୯ଟା ୪୫ରେ ସେ ରାଜଭବନରୁ ବାହାରି ଜତନା ମଇଦାନ ଅଭିମୁଖେ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ଯନ୍ତ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ ସମୟ ବିତାଇବେ। ଏହା ପରେ ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଦିଲ୍ଲୀ ଫେରିଯିବେ।

https://www.thesakala.in/latest-odisha-news/prime-minister-narendra-modi-arrives-in-bhubaneswar/article-37845
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର