ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ’କୁ କରିବେ ଉଦ୍‌ଘାଟନ …

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଥିଲେ । ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯିବେ ମୋଦୀ। । ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ରହିବେ। ଏହା ପରେ ‌ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ଦିନ ୧୨ଟା ୫୫ମିନିଟ୍‌ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ। ଖବର ଅନୁଯାୟୀ, […]

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଥିଲେ । ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯିବେ ମୋଦୀ। । ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ରହିବେ। ଏହା ପରେ ‌ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ଦିନ ୧୨ଟା ୫୫ମିନିଟ୍‌ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଖବର ଅନୁଯାୟୀ, ଆଜିଠାରୁ ଦୁଇଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା; ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ-୨୦୨୫ । ସମ୍ମିଳନୀରେ ଯୋଗଦେବାକୁ ସୋମବାର ସୁଦ୍ଧା ୨୦ରୁ ଉର୍ଦ୍ଧ୍ବ ଦେଶରୁ ପ୍ରାୟ ୮୦୦୦ରୁ ଉଦ୍ଧ୍ୱର୍ ଶିଳ୍ପ ପ୍ରତିନିଧି ପଞ୍ଜୀକରଣ କରିଛନ୍ତି। ସେହିପରି ୩୦୦ରୁ ଅଧିକ ନିବେଶ ସ୍ୱୀକୃତି ଫର୍ମ(ଇନଭେଷ୍ଟମେଣ୍ଟ ଇଣ୍ଟେଣ୍ଟ ଫର୍ମ)ମଧ୍ୟ ରାଜ୍ୟ ସରକାରଙ୍କ ନିକଟରେ ହସ୍ତଗତ ହୋଇଛି। ଏହି ସମାବେଶ ଜରିଆରେ ରାଜ୍ୟକୁ ୫ ଲକ୍ଷ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପୁଞ୍ଜିନିବେଶ ଆସିବ ବୋଲି ସରକାର ଲକ୍ଷ୍ୟ ରଖିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନରେ ଏହି କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବରେ ଉଦ୍‌ଘାଟନ କରିବେ।  ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ପାଇଁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ । ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱରେ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

28 Jan 2025 By The Sakala

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ’କୁ କରିବେ ଉଦ୍‌ଘାଟନ …

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଥିଲେ । ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯିବେ ମୋଦୀ। । ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ରହିବେ। ଏହା ପରେ ‌ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ଦିନ ୧୨ଟା ୫୫ମିନିଟ୍‌ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ।

ଖବର ଅନୁଯାୟୀ, ଆଜିଠାରୁ ଦୁଇଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା; ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ-୨୦୨୫ । ସମ୍ମିଳନୀରେ ଯୋଗଦେବାକୁ ସୋମବାର ସୁଦ୍ଧା ୨୦ରୁ ଉର୍ଦ୍ଧ୍ବ ଦେଶରୁ ପ୍ରାୟ ୮୦୦୦ରୁ ଉଦ୍ଧ୍ୱର୍ ଶିଳ୍ପ ପ୍ରତିନିଧି ପଞ୍ଜୀକରଣ କରିଛନ୍ତି। ସେହିପରି ୩୦୦ରୁ ଅଧିକ ନିବେଶ ସ୍ୱୀକୃତି ଫର୍ମ(ଇନଭେଷ୍ଟମେଣ୍ଟ ଇଣ୍ଟେଣ୍ଟ ଫର୍ମ)ମଧ୍ୟ ରାଜ୍ୟ ସରକାରଙ୍କ ନିକଟରେ ହସ୍ତଗତ ହୋଇଛି। ଏହି ସମାବେଶ ଜରିଆରେ ରାଜ୍ୟକୁ ୫ ଲକ୍ଷ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପୁଞ୍ଜିନିବେଶ ଆସିବ ବୋଲି ସରକାର ଲକ୍ଷ୍ୟ ରଖିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନରେ ଏହି କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବରେ ଉଦ୍‌ଘାଟନ କରିବେ।  ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ପାଇଁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ । ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱରେ ରହିଛନ୍ତି ।

https://www.thesakala.in/latest-odisha-news/prime-minister-narendra-modi-in-bhubaneswar/article-38286
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର