ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଝାରସୁଗୁଡ଼ା: ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆ ଯାଇଥିଲା। ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ‘ସେବା ପର୍ବ-୨୦୨୫’ ଚାଲିଛି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ାରେ ଆୟୋଜିତ ଯୁବ ସମାବେଶକୁ ସମ୍ବୋଧିତ କରିବା ସହ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସାରା ଦେଶ […]

ଝାରସୁଗୁଡ଼ା: ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆ ଯାଇଥିଲା।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ‘ସେବା ପର୍ବ-୨୦୨୫’ ଚାଲିଛି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ାରେ ଆୟୋଜିତ ଯୁବ ସମାବେଶକୁ ସମ୍ବୋଧିତ କରିବା ସହ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସାରା ଦେଶ ପାଇଁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ବିଏସ୍‌ଏନ୍‌ଏଲ୍‌ ୪ଜି ନେଟ୍‌ୱର୍କ ଟାୱାର ସେବାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

କାର୍ଯ୍ୟସୂଚୀ ଅନୁସାରେ, ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ସେଠାରୁ ଅମଲିପାଲି ପଡ଼ିଆ ଅଭିମୁଖେ ଯାତ୍ରା କରିବେ। ସଭାସ୍ଥଳରେ ୧୧ଟା ୨୫ ମିନିଟରେ ପହଞ୍ଚି ସାଢେ଼ ୧୧ଟାରୁ ସାଢେ଼ ୧୨ଟା ପର୍ଯ୍ୟନ୍ତ ଏକ ଘଣ୍ଟାର କାର୍ଯ୍ୟକ୍ରମ ରହିଛି। ସାଢେ଼ ୧୨ଟାରେ ସଭାସ୍ଥଳରୁ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିମାନ ବନ୍ଦରକୁ ଯାଇ ସେଠାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଉଲ୍ଲେଖଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ୭ ବର୍ଷ ପରେ ଝାରସୁଗୁଡ଼ାକୁ ଆସୁଛନ୍ତି। ୨୦୧୮ ମସିହା ସେପ୍ଟେମ୍ବର ୨୨ ତାରିଖ ଝାରସୁଗୁଡ଼ା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରର ଉଦ୍‌ଘାଟନ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର