ମନୋରଞ୍ଜନ
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ଵର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ […]
ଭୁବନେଶ୍ଵର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ କରାଯାଇଛି ।
ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି
ଆସନ୍ତାକାଲି ଅପରାହ୍ଣ ୨ଟା ୪୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ଣ ୩ଟା ୧୫ ମିନିଟ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି ।






