ଭୁବନେଶ୍ଵର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ କରାଯାଇଛି ।
ଆସନ୍ତାକାଲି ଅପରାହ୍ଣ ୨ଟା ୪୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ଣ ୩ଟା ୧୫ ମିନିଟ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି ।