ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ତଥା ଡ. ହରେକୃଷ୍ଣ ମହତାବଙ୍କ ଲିଖିତ ‘ଓଡ଼ିଶା ଇତିହାସ’ ପୁସ୍ତକର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ପ୍ରଖ୍ୟାତ ହିନ୍ଦୀ ସାହିତ୍ୟିକ ଶଙ୍କରଲାଲ ପୁରୋହିତ ଓଡ଼ିଶା ଇତିହାସ ପୁସ୍ତକର ହିନ୍ଦୀ ଅନୁବାଦ କରିଛନ୍ତି । ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରାଯାଇଛି। […]

ନୂଆଦିଲ୍ଲୀ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ତଥା ଡ. ହରେକୃଷ୍ଣ ମହତାବଙ୍କ ଲିଖିତ ‘ଓଡ଼ିଶା ଇତିହାସ’ ପୁସ୍ତକର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ପ୍ରଖ୍ୟାତ ହିନ୍ଦୀ ସାହିତ୍ୟିକ ଶଙ୍କରଲାଲ ପୁରୋହିତ ଓଡ଼ିଶା ଇତିହାସ ପୁସ୍ତକର ହିନ୍ଦୀ ଅନୁବାଦ କରିଛନ୍ତି । ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରାଯାଇଛି। ଏହି  କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ରହିଛନ୍ତି।


ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ଏହି ହିନ୍ଦୀ ସଂସ୍କରଣ ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମର ଜଣେ ମହାନ ବ୍ୟକ୍ତିତ୍ବ ଥିଲେ। ସେ ୧୯୪୬ରୁ ୧୯୫୦ ଏବଂ ୧୯୫୬ରୁ ୧୯୬୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। ୧୯୪୨ରୁ ୧୯୪୫ ପର୍ଯ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।

About The Author: The Sakala