FM କଲେଜ ଛାତ୍ରୀ ଆତ୍ମାହୂତି ଘଟଣା : ପ୍ରିନ୍ସିପାଲ ଓ HOD ସସପେଣ୍ଡ, ଅଧ୍ୟାପକ ଗିରଫ

ଭୁବନେଶ୍ବର : ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀ ପେଟ୍ରୋଲ ଢାଳି ହୋଇ ଆତ୍ମାହୂତି ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଓ ବିଭାଗୀୟ ମୁଖ୍ୟ ତଥା ସହକାରୀ ପ୍ରଫେସର ମନୋଜ କୁମାର ସାହୁଙ୍କୁ ନିଲମ୍ବନ କରିଛନ୍ତି। ଏହାରି ମଧ୍ୟରେ ଅଭିଯୁକ୍ତ ଅଧ୍ୟାପକ ଶ୍ରୀସାହୁଙ୍କୁ ପୁଲିସ ଗିରଫ କରିଛି। ଶନିବାର ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ନାଁରେ […]

ଭୁବନେଶ୍ବର : ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀ ପେଟ୍ରୋଲ ଢାଳି ହୋଇ ଆତ୍ମାହୂତି ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଓ ବିଭାଗୀୟ ମୁଖ୍ୟ ତଥା ସହକାରୀ ପ୍ରଫେସର ମନୋଜ କୁମାର ସାହୁଙ୍କୁ ନିଲମ୍ବନ କରିଛନ୍ତି। ଏହାରି ମଧ୍ୟରେ ଅଭିଯୁକ୍ତ ଅଧ୍ୟାପକ ଶ୍ରୀସାହୁଙ୍କୁ ପୁଲିସ ଗିରଫ କରିଛି।

ଶନିବାର ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ କଲେଜ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ହଠାତ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ ସ୍ଥାନୀୟ ଛାତ୍ରଛାତ୍ରୀ ତୁରନ୍ତ ଛାତ୍ରୀ ଜଣଙ୍କୁ ଉଦ୍ଧାରକରି ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିିଗିଡ଼ିବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ।

About The Author: The Sakala