ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

Madhusudan Das Picture
Published On

କଟକ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ । ୧୦ ତାରିଖରେ ହେବାକୁ ଥିବା ବସ୍‌ ଧର୍ମଘଟକୁ ସ୍ଥଗିତ ରହିଲା ଘରୋଇ ବସ୍ ମାଲିକ ସଂଘ । ଆଜି ପରିବହନ କମିଶନରଙ୍କ ସହିତ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପରେ ଘରୋଇ ବସ୍ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ସୂଚନା ଅନୁଯାୟୀ, ବସ୍ ମାଲିକ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ସେମାନଙ୍କର ଦାବି ପୂରଣ କରିବା ପାଇଁ ଆସନ୍ତା ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଯଦି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସରକାର ସେମାନଙ୍କର ସମସ୍ୟାର ସମାଧାନ ନକରନ୍ତି, ତେବେ ପୁଣିଥରେ ଧର୍ମଘଟ ଆରମ୍ଭ କରାଯିବ ବୋଲି ସଂଘ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସଂଘ ପକ୍ଷରୁ ୧୪ଟି ମାନଦଣ୍ଡ ଆଧାରରେ ବସ୍ ଭଡ଼ା ବୃଦ୍ଧି ପାଇଁ ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଉପରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (STA) ବିଚାର କରିବେ ଏବଂ ଏହା ପରେ ବସ୍ ଭଡ଼ା ପରିବର୍ତ୍ତନ ନେଇ ରାଜ୍ୟ ସରକାର ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର