ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

The Sakala Picture
Published On

ଭୁବନେଶ୍ବର : ଓଡ଼ିଶା ରାଜନୀତିର ଅନ୍ୟତମ ଜଣାଶୁଣା, ଟାଣୁଆ ତଥା ଅଣକଂଗ୍ରେସ ରାଜନୀତିର ଜଣେ ଆଗଧାଡ଼ିର ନେତା ତଥା ୭ ଥରର ବିଧାୟକ ଡ. ସୂର୍ଯ୍ୟନାରାୟଣ ପାତ୍ର ଆଉ ନାହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶନିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ରାଜଶ୍ରୀ ପାତ୍ର, ଦୁଇ ପୁଅ ଓ ଝିଅ ଉପସ୍ଥିତ […]

ଭୁବନେଶ୍ବର : ଓଡ଼ିଶା ରାଜନୀତିର ଅନ୍ୟତମ ଜଣାଶୁଣା, ଟାଣୁଆ ତଥା ଅଣକଂଗ୍ରେସ ରାଜନୀତିର ଜଣେ ଆଗଧାଡ଼ିର ନେତା ତଥା ୭ ଥରର ବିଧାୟକ ଡ. ସୂର୍ଯ୍ୟନାରାୟଣ ପାତ୍ର ଆଉ ନାହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶନିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ରାଜଶ୍ରୀ ପାତ୍ର, ଦୁଇ ପୁଅ ଓ ଝିଅ ଉପସ୍ଥିତ ଥିଲେ । ସ୍ୱର୍ଗତଃ ପାତ୍ର ଗତ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ । ତେବେ ଶନିବାର ହଠାତ୍‌ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡ଼ିଥିଲା । ତାଙ୍କୁ ସଙ୍ଗେସଙ୍ଗେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ବେ ସେ ଆଜି ସନ୍ଧ୍ୟା ୭ଟା ୩୧ ମିନିଟ ସମୟରେ ଶେଷ ନିଶ୍ୱସ ତ୍ୟାଗ କରିଛନ୍ତି । ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ କରାଯାଇଛି।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରି କହିଛନ୍ତି ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମ ବେଦନା ଜଣାଇ ଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଶୋକ

ପୂର୍ବତନ ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭିର ଶୋକପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଲୋକ ପ୍ରତିନିଧି ଭାବେ ଆଜୀବନ ଲୋକସେବାପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ମାନ୍ୟବର ରାଜ୍ୟପାଳ କହିଛନ୍ତି।

ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶୋକ

ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ସେ କହିଛନ୍ତି ଯେ ସୂର୍ଯ୍ୟ ପାତ୍ରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ସ୍ୱର୍ଗତ ପାତ୍ର ବିଧାୟକ, ମନ୍ତ୍ରୀ ଓ ବାଚସ୍ପତି ଭାବରେ ତାଙ୍କର ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ଜଣେ ପୁରୁଖା ନେତାଙ୍କୁ ହରାଇଲା ବୋଲି ରାଜ୍ୟପାଳ ପ୍ରକାଶ କରିଛନ୍ତି।

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଶୋକ

ପୂର୍ବତନ ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗଭିର ଶୋକପ୍ରକାଶ କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେ କହିଛନ୍ତି ଆମ ଦଳର ଜଣେ ଉତ୍ସର୍ଗୀକୃତ ନେତା, ଗଞ୍ଜାମର ଟାଣୁଆସଂଗଠକ । ତୃଣମୂଳ ସ୍ତରରୁ ଆସି ଓଡ଼ିଶାର ବାଚସ୍ପତି ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ପ୍ରରଣାର ଉତ୍ସହେବ ।

ସାଂସଦ ମାନସ ମଙ୍ଗରାଜଙ୍କ ଶୋକ

ପୂର୍ବତନ ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ । ସେ କହିଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର ଦେହାନ୍ତ କେବଳ ବିଜୁ ଜନତା ଦଳ ପାଇଁ ନୁହେଁ ସମଗ୍ର ଓଡ଼ିଶା ରାଜନୀତି ପାଇଁ ଅପୁରଣୀୟ କ୍ଷତି।

ବିଧାୟକ ପ୍ରତାପ ଜେନାଙ୍କ ଶୋକ

ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ପୂର୍ବତନ ମନ୍ତ୍ରୀ ବିଧାୟକ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ଜେନା ତାଙ୍କ ଶୋକ ବାର୍ତାରେ କହିଛନ୍ତି ଯେ ଶ୍ରୀ ପାତ୍ରଙ୍କ ବିୟୋଗ ଖବର ଅତ୍ୟନ୍ତ ମର୍ମାହତ । ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ଏହି ଦୁଃଖଦ ପରିସ୍ଥିତିକୁ ସାମ୍ନା କରିବା ନିମନ୍ତେ ମହାପ୍ରଭୁ ଜଗତର ନାଥ ଶ୍ରୀଜଗନ୍ନାଥ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଶୋକ

ରାଜ୍ୟ ବିଧାନସଭାର ପୂର୍ବତନ ବାଚସ୍ପତି, ବର୍ଷୀୟାନ ରାଜନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ଖବର ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଜଣେ ଦରଦୀ, ମେଳାପୀ ନେତା ଭାବେ ସେ ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଥିଲେ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବା ବେଳେ ରାଜ୍ୟ ରାଜନୀତିରେ ଏହା ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିବ । ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ମୋର ସମବେଦନା ଜଣାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ତାଙ୍କ ଶୋକ ବାର୍ତାରେ ଜଣାଇଛନ୍ତି।

ମନ୍ତ୍ରୀ ଟୁକୁନି ସାହୁଙ୍କ ଶୋକ

ପୂର୍ବତନ ବାଚସ୍ପତି, ମନ୍ତ୍ରୀ, ଦିଗପହଣ୍ଡିର ବିଧାୟକ ତଥା ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀମତୀ ସାହୁ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ଜଣେ ସୁଦକ୍ଷ, ସାଙ୍ଗଠନିକ ଦକ୍ଷତା ସମ୍ପନ୍ନ ତଥା ଦରଦୀ ନେତା ଭାବେ ସ୍ବର୍ଗତ ପାତ୍ରଙ୍କର ଲୋକପ୍ରିୟତା ଅନନ୍ୟ ରହିଥିଲା । ବହୁ ବାର ବିଧାନ ସଭାକୁ ନିର୍ବାଚିତ ହେବା ସହ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କ ରାଜସ୍ବ, ଜଙ୍ଗଲ, ପରିବେଶ, ମତ୍ସ୍ୟ, ପ୍ରାଣୀ ସମ୍ପଦ, ସଂସ୍କୃତି, ସୂଚନା ଓ ଲୋକସମ୍ପର୍କ, ସୂଚନା ଓ ପ୍ରଯୁକ୍ତି ଶକ୍ତି ଆଦି ଏକାଧିକ ବିଭାଗରେ ମନ୍ତ୍ରୀ ହୋଇଥିଲେ । ଗଞ୍ଜାମ ଜିଲ୍ଲା ତଥା ରାଜ୍ୟର ବିକାଶରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କର ବିୟୋଗ ରାଜ୍ୟ ପାଇଁ ଅପୂରଣୀୟ କ୍ଷତି । ମନ୍ତ୍ରୀ ଶ୍ରୀମତୀ ସାହୁ ସ୍ବର୍ଗତ ପାତ୍ରଙ୍କ ଅମରାତ୍ମାର ସଦଗତି କାମନା ପୂର୍ବକ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

ସଞ୍ଜୟ କୁମାର ଦାସବର୍ମାଙ୍କ ଶୋକ

ପୂର୍ବତନ ବାଚସ୍ପତି ଓ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ମୁଁ ଗଭୀର ଶୋକ ପ୍ରକାଶ କରୁଛି। ଲୋକଙ୍କ ପ୍ରଗତି ଓ ଉନ୍ନତି କ୍ଷେତ୍ରରେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ବିୟୋଗ ବିଜୁ ଜନତା ଦଳ ପାଇଁ ଅପୂରଣୀୟ କ୍ଷତି। ଅମର ଆତ୍ମାର ସଦଗତି କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି।

ବରିଷ୍ଠ ନେତା ଦାମୋଦର ରାଉତଙ୍କ ଶୋକ

ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତ । ସ୍ୱର୍ଗତ ପାତ୍ର ମନ୍ତ୍ରୀ ଭାବରେ, ବାଚସ୍ପତି ଭାବରେ ଦକ୍ଷତାର ସହ କାର୍ଯ୍ୟ ତୁଲାଇଥିଲେ । ଗଞ୍ଜାମ ଜିଲ୍ଲା ରାଜନୀତିରେ ତାଙ୍କର ଭୂମିକା ଅବଶ୍ୟ ସ୍ମରଣୀୟ ରହିବ ବୋଲି ଡା. ରାଉତ ଶୋକବାର୍ତ୍ତାରେ କହିଛନ୍ତି ।

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

ରାଜ୍ୟ ବିଧାନସଭାର ପୂର୍ବତନ ବାଚସ୍ପତି, ବର୍ଷୀୟାନ ରାଜନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ , ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଶ୍ରୀ ପତ୍ରଙ୍କ ଦେହାନ୍ତ ଖବର ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଜଣେ ଦରଦୀ, ମେଳାପୀ ନେତା ଭାବେ ସେ ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଥିଲେ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବା ବେଳେ ରାଜ୍ୟ ରାଜନୀତିରେ ଏହା ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିବ । ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ମୋର ସମବେଦନା ଜଣାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକ ବାର୍ତାରେ କହିଛନ୍ତି।

ବିଜେପି ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଶୋକ

ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅକାଳ ବିୟୋଗରେ ବିଜେପି ସଭାପତି ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ବରିଷ୍ଠ ରାଜନେତା ସ୍ୱର୍ଗତଃ ଶ୍ରୀ ପାତ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

ପାଳଲହଡା ବିଧାୟକ ମୁକେଶ କୁମାର ପାଳଙ୍କ ଶୋକ

ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ବିଧାୟକ ସୂର୍ଯ୍ୟ ନାରୟଣ ପାତ୍ରଙ୍କ ବିୟୋଗ ଖବର ଶୁଣି ମୋ ମର୍ମାହତ ଓ ମୁଁ ଦୁଃଖିତ ଆମ ଦଳ ଓ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମା ର ସଦ୍ ଗତି ପାଇଁ ଜଗତର ନାଥ ଜଗନ୍ନାଥଙ୍କ ଠାରେ ପ୍ରାର୍ଥନା କରୁଛୁ।

ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼ାଇଙ୍କ ଶୋକ

ସୂର୍ଯ୍ୟ ନାରାୟଣ ପାତ୍ର ଥିଲେ,ଆମ ପରିବାରର ପରମ ମିତ୍ର। ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି,ବାଚସ୍ପତି ପଦର ଦାୟିତ୍ୱ ସମ୍ପାଦନ କରି ବିଧାନସଭାର ଗରିମା ବୃଦ୍ଧି କରିଛନ୍ତି। ଅମର ଆତ୍ମାର ସଦଗତି କାମନା କରୁଛି। ଭଗବାନ ତାଙ୍କର ପରିବାରବର୍ଗଙ୍କୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଶୋାକ 

ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ରାଜନେତା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କର ବିୟୋଗ ବିଜୁ ଜନତା ଦଳ ତଥା ଗଞ୍ଜାମ ଜିଲ୍ଲା ପାଇଁ ଅପୂରଣୀୟ କ୍ଷତି । ଓଡିଶା, ବିଶେଷ ଭାବେ ଗଞ୍ଜାମ ଜିଲ୍ଲାର ବିକାଶ ପାଇଁ ତାଙ୍କର ଅବଦାନ ସ୍ମରଣୀୟ । ତାଙ୍କର ଅମର ଆତ୍ମାର ସଦଗତି ପାଇଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି।

ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଶୋକ

ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଗଭୀର ଶୋକ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ରାଜନୀତିକୁ ନେଇ ଅଙ୍ଗିକାରବଦ୍ଧତା ଏବଂ ବିଭିନ୍ନ ବିଭାଗରେ ତାଙ୍କର କାର୍ଯ୍ୟ ଦକ୍ଷତା ସର୍ବଦା ଚିର ସ୍ମରଣୀୟ ହୋଇ ରହିବ । ସେ ଜଣେ ଦକ୍ଷ ତଥା ସାଙ୍ଗଠନିକ ଦକ୍ଷତା ସମ୍ପର୍ଣ୍ଣ ରାଜନେତା । ୨୦୧୯ ରେ ସେ ବିଧାନସଭାର ବାଚସ୍ପତି ପଦ ସମ୍ଭାଳିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ଜଣେ ବରିଷ୍ଠ ତଥା ବିଚକ୍ଷଣ ରାଜନେତାଙ୍କୁ ହରାଇଛି । ରାଜ୍ୟ ରାଜନୀତି ପାଇଁ ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି କହିବା ସହ ଶୋକସନ୍ତପ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି  ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ।

ବରିଷ୍ଠ ନେତା ଦେବୀ ମିଶ୍ରଙ୍କ ଶୋକ

ଓଡ଼ିଶା ବିଧାନସଭା ର ପୂର୍ବତନ ବାଚସ୍ପତି ଦକ୍ଷିଣ ଓଡ଼ିଶାର ବିଶିଷ୍ଟ ଜନନେତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ସଦସ୍ୟ ଥିବା ତଥା ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳ ରେ ସଦସ୍ୟ ଥିବା ତଥା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଆଉ ଇହଧାମରେ ନାହାନ୍ତି ଶୁଣି ମୁଁ ଦୁଃଖିତ । ଜନତା ଦଳ ଗଠନ ହେବା ପରେ ଆମେ ମାନେ ଯେଉଁ କେତେଜଣ ଅଗ୍ରଣୀ ଭୂମିକା ନେଇଥିଲୁ ସ୍ବର୍ଗତ ପାତ୍ର ସେଥିରେ ସହଯୋଗୀ ଥିଲେ ଓ ବିଜୁ ଜନତା ଦଳ ଗଠନ ର ପ୍ରତିଷ୍ଠିତ ସଦସ୍ୟ ଥିଲେ । ମୁଁ ତାଙ୍କୁ ବଡ଼ ଭାଇ ଭଳି ସମ୍ମାନ କରେ ସେ ବି ମୋତେ ଆଦର କରନ୍ତି । ଦିଗ ପହଣ୍ଡି ଓ ମହନାର ତଥା ଗଞ୍ଜାମ ଜିଲ୍ଲାର ଅଗ୍ରଗତି ପାଇଁ ତାଙ୍କର ଅବଦାନ ପ୍ରଶଂସନୀ॥ ତାଙ୍କର ବିୟୋଗ ରେ ମୋର ଗଭୀର ଶୋକ ଓ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଭଗବାନ ଏହି ଦାରୁଣ ଦୁଃଖ ସହିବାରେ ସାମର୍ଥ ଦିଅନ୍ତୁ ଏତିକି ପ୍ରାର୍ଥନା ।

02 Sep 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର