ଶ୍ରୀଗୁଣ୍ଡିଚା ମନ୍ଦିର ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲାଯିବା ପ୍ରସ୍ତାବ ସାମୟିକ ଭାବେ ସ୍ଥଗିତ

Madhusudan Das Picture
Published On

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ଖୋଲାଯିବା ପ୍ରସ୍ତାବ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏନେଇ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଏବଂ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର୍‌ଙ୍କ ଜରୁରୀ ରିପୋର୍ଟ ତଥା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି। ପରିଚାଳନା କମିଟିଙ୍କ ପରାମର୍ଶ ତଥା ଅଧିସ୍ୱୀକୃତି ଅନୁସାରେ କିଛି ଦିନ ତଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନେତୃତ୍ୱରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ପରେ ପରିଚାଳନା କମିଟିର ବରିଷ୍ଠ ସେବକ ସଦସ୍ୟ ଏବଂ ଅଧିକାରୀବୃନ୍ଦ ଶ୍ରୀଗୁଣ୍ଡିଚା ମନ୍ଦିର ଅନୁଧ୍ୟାନ କରିଥିଲେ। ଏହାପରେ ଆସନ୍ତା ଡିସେମ୍ୱର ୧ ତାରିଖରୁ ଏହାକୁ ଶ୍ରଦ୍ଧାଳୁଙ୍କ ଲାଗି ଖୋଲାଯିବା ନେଇ ବିଚାର କରାଯାଇଥିଲା। ତେବେ ଏହା ଭିତରେ ଶ୍ରୀଗୁଣ୍ଡିଚା ମନ୍ଦିର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ପାଇଁ ଆହୁରି ଅଧିକ ସମୟ ଆବଶ୍ୟକ ବୋଲି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରିପୋର୍ଟ ଦେଇଛନ୍ତି। ଏଥିସହ ମନ୍ଦିର ମଧ୍ୟରେ ଷ୍ଟିଲ୍‌ ବିମ୍‌ ଲଗାଯିବା ପ୍ରସ୍ତାବ ଥିବା, ଖଣ୍ଡୋଲାଇଟ୍‌ ପଥର ଲଗା କାମ ବାକି ଥିବା ଦର୍ଶାଇଛନ୍ତି। ସେହିପରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସର ଉଦ୍ୟାନଗୁଡ଼ିକ ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ସଫେଇ ଏବଂ ଉନ୍ନତୀକରଣ ଜରୁରି ଥିବା ବରିଷ୍ଠ ସୁପରଭାଇଜର୍‌ ରିପୋର୍ଟ ଦେଇଛନ୍ତି। ଏହାକୁ ବିଚାରକୁ ନେଇ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲାଯିବା ନିଷ୍ପତ୍ତିକୁ ପରବର୍ତ୍ତୀ ଆଦେଶ ଯାଏଁ ସ୍ଥଗିତ ରଖିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର