ଆସନ୍ତାକାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କାଲି ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ଏଥିପାଇଁ କାଲି ଦିନ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ। ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଛି। ରତ୍ନଭଣ୍ଡାର ସ୍ଥାନାନ୍ତର ପରେ କଟକଣା ପ୍ରତ୍ୟାହାର ହେବ।

About The Author: The Sakala