ଚିନ୍ତା ବଢାଉଛି H3N2 ଭାଇରସ; ଥଣ୍ଡା କାଶ ଥିଲେ କୋଭିଡ଼ ଟେଷ୍ଟ କରିବାକୁ ଜନସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

The Sakala Picture
Published On

ଭୁବନେଶ୍ୱର: ଦିନକୁ ଦିନ ଚିନ୍ତା ବଢ଼ାଉଛି H3N2 ଭାଇରସ । ସବୁ ଜିଲ୍ଲାର ସିଡିଏମଓ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଚିଠି ଲେଖିଲା ଜନସ୍ୱାସ୍ଥ୍ୟ ବିଭାଗ । ଭାଇରସ ସଂକ୍ରମଣ ଭିତରେ ପୁଣି କୋଭିଡ ଭୟ ଘାରିଲାଣି । ତେଣୁ ଥଣ୍ଡା କାଶ ଥିଲେ କୋଭିଡ଼ ଟେଷ୍ଟ କରିବାକୁ ଜନସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ସର୍ଭିଲେନ୍ସ ବଢାଇବା ସହ ଅକ୍ସିଜେନ ଓ ଆଇସିୟୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ବି ଦିଆଯାଇଛି। ଇଂଫ୍ଲୁଏଞ୍ଜାର ନାହିଁ […]

ଭୁବନେଶ୍ୱର: ଦିନକୁ ଦିନ ଚିନ୍ତା ବଢ଼ାଉଛି H3N2 ଭାଇରସ । ସବୁ ଜିଲ୍ଲାର ସିଡିଏମଓ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଚିଠି ଲେଖିଲା ଜନସ୍ୱାସ୍ଥ୍ୟ ବିଭାଗ । ଭାଇରସ ସଂକ୍ରମଣ ଭିତରେ ପୁଣି କୋଭିଡ ଭୟ ଘାରିଲାଣି । ତେଣୁ ଥଣ୍ଡା କାଶ ଥିଲେ କୋଭିଡ଼ ଟେଷ୍ଟ କରିବାକୁ ଜନସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ସର୍ଭିଲେନ୍ସ ବଢାଇବା ସହ ଅକ୍ସିଜେନ ଓ ଆଇସିୟୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ବି ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଇଂଫ୍ଲୁଏଞ୍ଜାର ନାହିଁ ନିର୍ଦ୍ଧିଷ୍ଟ ଚିକିତ୍ସା । ଜର କାଶ କିଛି ଦିନ ରହିବ, ତାପରେ ଆପେ ଭଲ ହୋଇପାରେ । ଗୁରୁତର ହୋଇ ନିମୋନିଆରେ ସଂକ୍ରମଣ ହୋଇପାରନ୍ତି କିଡ଼ନୀ, ହାର୍ଟ ଓ଼ ସ୍ୱାଶ୍ୱ ରୋଗୀ । ତେଣୁ ଲକ୍ଷଣ ଥିଲେ ନିଜକୁ ଆଇସୋଲେଟ କରିବା ସହ ମାସ୍କ ପିନ୍ଧିବା ଓ ହାତ ଧୋଇବାକୁ କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରୋଗ ଭଲ ନହେଲେ ଡାକ୍ତରଙ୍କ ପରାମର୍ଶ ନେଇ ମେଡିକାଲରେ ଆଡମିଟ ହେବାକୁ ଦେଇଛନ୍ତି ପରାମର୍ଶ ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର