ଏଥର ବି ସ୍ନାନଯାତ୍ରାରେ ଛେରା ପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ

The Sakala Picture
Published On

ଆସନ୍ତାକାଲି ଶ୍ରୀଜିଉଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ହେଲେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଏଥର ଛେରା ପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ । ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେବେ ଗଜପତିଙ୍କ ଅନୁପସ୍ଥିତିରେ ସ୍ନାନ ଯାତ୍ରାରେ ମୁଦିରସ୍ତ କରିବେ ଛେରା ପହଁରା । ଗତବର୍ଷ ମଧ୍ୟ ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା […]

ଆସନ୍ତାକାଲି ଶ୍ରୀଜିଉଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ହେଲେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଏଥର ଛେରା ପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ । ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେବେ ଗଜପତିଙ୍କ ଅନୁପସ୍ଥିତିରେ ସ୍ନାନ ଯାତ୍ରାରେ ମୁଦିରସ୍ତ କରିବେ ଛେରା ପହଁରା । ଗତବର୍ଷ ମଧ୍ୟ ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିନଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ: ଆଜି ନାମାଙ୍କନ ଦାଖଲ ପ୍ରକ୍ରିୟା, କମ୍ପୁଛି କଲେଜ କ୍ୟାମ୍ପସ୍

ସେପଟେ ସ୍ନାନଯାତ୍ରା ପାଇଁ ଆଜି ରାତିରୁ ପୁରୀରେ ଲାଗୁ ହେବ ୧୪୪ ଧାରା । ବୁଧବାର ରାତି ୧୦ଟାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ଜାରି ରହିବ ୧୪୪ ଧାରା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ସେହିପରି ସୁରକ୍ଷା ଦୃଷ୍ଟିରୁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ । ଏହାସହ ସହରର ୧୫ଟି ସ୍ଥାନରେ ଲାଗିଛି ସିସିଟିଭି । କୋଭିଡ କଟକଣାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ସ୍କାମ୍: ସଡକ ଓ ଗୃହ ନିର୍ମାଣ ବିଭାଗର ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର