ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ; ପୁରୀ ପୌରପାଳିକା ଲିଜ୍‌ ଜମିଗୁଡିକ ହେବ ନିୟମିତ, ୨୦ ଦିନ ମଧ୍ୟରେ ସର୍ଭେ କାମ ସାରିବାକୁ ୫-ଟି ସଚିବଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ 5-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ 5-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ 5-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଡିଜେ ନିଷେଧ ସତ୍ତ୍ବେ ରାଜରାସ୍ତାରେ ଶବ୍ଦର ତାଣ୍ଡବ; ହାତ ଟେକି ଦେଇଛି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ 5-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଏକାମ୍ର ରେସିଡେନ୍ସି ପ୍ରକଳ୍ପରେ ୪୯୬ଟି ଫ୍ଲାଟ୍ ପାଇଁ ଅନଲାଇନ୍ ଆବେଦନ ଆରମ୍ଭ କଲା ବିଡିଏ

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ଆହୁରି ପଢ଼ନ୍ତୁ: ବିଧାନସଭା ମୌସୁମୀ ଅଧିବେଶନ: ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୧.୧୦ ଯାଏଁ ଗୃହ ମୁଲତବୀ

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର