ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି, ସୁରକ୍ଷା ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ

Madhusudan Das Picture
Published On

ପୁରୀ: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି । ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ସହ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ । ଏହାସହ ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର୍‌ ନିୟୋଜିତ ହେବେ । ଆସନ୍ତା ଫେବୃଆରୀ ୩ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତକୁ ଶୃଙ୍ଖଳିତ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି ପୁରୀ ଏସପି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୂଚନା ଅନୁସାରେ, ୩ ତାରିଖ ସନ୍ଧ୍ୟାରେ ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ରାଷ୍ଟ୍ରପତି ପହଁଚିବା ପରେ ଲୋକ ଭବନ ଯିବେ। ୪ ତାରିଖ ସକାଳେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ପୂର୍ବପୁରୁଷଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ପରେ ୭.୪୦ ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ତାଳବଣିଆ ହେଲିପ୍ୟାଡ୍ ଠାରୁ ଆରମ୍ଭ କରି ଲୋକଭବନ,ଶ୍ୱେତଗଙ୍ଗା ପୁଷ୍କରିଣୀ, ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଟ୍ରାଫିକ ଉପରେ ମଧ୍ୟ କଟକଣା ରହିବ। ସେପଟେ ଶ୍ୱେତଗଙ୍ଗା ପୁଷ୍କରିଣୀ ସଲଗ୍ନରେ ଗଢି ଉଠିଥିବା ବିଭିନ୍ନ ହୋମଷ୍ଟେ ଗୁଡିକରେ ୩ ତାରିଖ ଏବଂ ୪ ତାରିଖରେ କୌଣସି ପର୍ଯ୍ୟଟକଙ୍କ ରହଣି କିଭଳି ନହେବ ସେନେଇ ପର୍ଯ୍ୟଟନ ବିଭାଗ ସହ ଆଲୋଚନା କରାଯାଉଛି ବୋଲି ଏସପି କହିଛନ୍ତି। ଅନ୍ୟପଟେ ଶ୍ୱେତଗଙ୍ଗା ପୁଷ୍କରିଣୀ ଚାରିପଟ ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି ପୁରୀ ଏସପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

31 Jan 2026 By Madhusudan Das

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି, ସୁରକ୍ଷା ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ

ପୁରୀ: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି । ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ସହ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ । ଏହାସହ ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର୍‌ ନିୟୋଜିତ ହେବେ । ଆସନ୍ତା ଫେବୃଆରୀ ୩ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତକୁ ଶୃଙ୍ଖଳିତ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି ପୁରୀ ଏସପି ।

ସୂଚନା ଅନୁସାରେ, ୩ ତାରିଖ ସନ୍ଧ୍ୟାରେ ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ରାଷ୍ଟ୍ରପତି ପହଁଚିବା ପରେ ଲୋକ ଭବନ ଯିବେ। ୪ ତାରିଖ ସକାଳେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ପୂର୍ବପୁରୁଷଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ପରେ ୭.୪୦ ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ତାଳବଣିଆ ହେଲିପ୍ୟାଡ୍ ଠାରୁ ଆରମ୍ଭ କରି ଲୋକଭବନ,ଶ୍ୱେତଗଙ୍ଗା ପୁଷ୍କରିଣୀ, ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଟ୍ରାଫିକ ଉପରେ ମଧ୍ୟ କଟକଣା ରହିବ। ସେପଟେ ଶ୍ୱେତଗଙ୍ଗା ପୁଷ୍କରିଣୀ ସଲଗ୍ନରେ ଗଢି ଉଠିଥିବା ବିଭିନ୍ନ ହୋମଷ୍ଟେ ଗୁଡିକରେ ୩ ତାରିଖ ଏବଂ ୪ ତାରିଖରେ କୌଣସି ପର୍ଯ୍ୟଟକଙ୍କ ରହଣି କିଭଳି ନହେବ ସେନେଇ ପର୍ଯ୍ୟଟନ ବିଭାଗ ସହ ଆଲୋଚନା କରାଯାଉଛି ବୋଲି ଏସପି କହିଛନ୍ତି। ଅନ୍ୟପଟେ ଶ୍ୱେତଗଙ୍ଗା ପୁଷ୍କରିଣୀ ଚାରିପଟ ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି ପୁରୀ ଏସପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର