ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ବୁଧବାର ଅର୍ଥାତ ଆଜି ଜ୍ୟେଷ୍ଠ ମଳ ମାସ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। 

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକମାନେ ଠାକୁରମାନଙ୍କର ଶ୍ରୀମୁଖସିଂହାର କରିଥାନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପନ୍ନ କରାଯାଇଥାଏ । ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ । 

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଏହି ନୀତି ପାଇଁ ବୁଧବାର ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର