ପୁରୀକୁ ଟ୍ୟାପ୍‌ ଯୋଗେ ମିଳିଲା ବିଶୁଦ୍ଧ ପାନୀୟ ଜଳ

The Sakala Picture
Published On

ପୁରୀ: ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହର ହେଲା ପୁରୀ। ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନା ପରେ ପୁରୀ ସହରରେ ବାର୍ଷିକ ୪୦୦ ମେଟ୍ରିକ ଟନ୍‌ର ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହୋଇପାରିବ। ରାଜ୍ୟ ସରକାରଙ୍କ ୫-T ଯୋଜନା ଅଧୀନରେ ୧୬ଟି ସହରର ୪୦ ଲକ୍ଷ ବାସିନ୍ଦାଙ୍କ ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଯୋଜନାର କାର୍ଯ୍ୟାରମ୍ଭ […]

ପୁରୀ: ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହର ହେଲା ପୁରୀ। ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନା ପରେ ପୁରୀ ସହରରେ ବାର୍ଷିକ ୪୦୦ ମେଟ୍ରିକ ଟନ୍‌ର ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହୋଇପାରିବ। ରାଜ୍ୟ ସରକାରଙ୍କ ୫-T ଯୋଜନା ଅଧୀନରେ ୧୬ଟି ସହରର ୪୦ ଲକ୍ଷ ବାସିନ୍ଦାଙ୍କ ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଯୋଜନାର କାର୍ଯ୍ୟାରମ୍ଭ ହେଉଛି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ ପୁରୀ ନୁହେଁ, ଓଡ଼ିଶା ବିକାଶରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏବେ ପୁରୀ ସହରର ସମସ୍ତଙ୍କୁ ମିଳିବ ସ୍ୱଚ୍ଛ ପିଇବା ପାଣି। ପୁରୀବାସୀଙ୍କୁ ଘରେ ଏବେ ଫିଲଟର ରଖିବା ଦରକାର ନାହିଁ, ଟ୍ୟାପରୁ ମିଳିବ ସ୍ୱଚ୍ଛ ପାଣି। ସାରା ଦେଶରେ ଏହି ଯୋଜନା ପ୍ରଥମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଲଣ୍ଡନ, ଲସ୍‌ ଏଞ୍ଜେଲସ୍‌ ଓ ସିଙ୍ଗାପୁର ଭଳି ସହରାଞ୍ଚଳରେ ସାମିଲ ହେଲା ପୁରୀ। ଏହି ଯୋଜନା ପରେ ଏବେ ପୁରୀରେ ପର୍ଯ୍ୟଟକ ଆଉ ପାଣି ବୋତଲ ଧରି ବୁଲିବେ ନାହିଁ। ସହରର ପ୍ରତି ସ୍ଥାନରେ ପାଣି ଟ୍ୟାପର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଛୋଟ ଧରଣର ପ୍ରଶାସନିକ ଅଦଳବଦଳ କଲେ ସରକାର; ୪ ଓଏଏସ୍ ଅଫିସରଙ୍କ ବଦଳି

ଆହୁରି ପଢ଼ନ୍ତୁ: ଲାଞ୍ଚ ନେଉଥିବା ବେଳେ ଏକଲବ୍ୟ ମଡେଲ ସ୍କୁଲ ଅଧ୍ୟକ୍ଷଙ୍କୁ ଧରିଲା ସିବିଆଇ

ଏହି ଅବସରରେ ମିଶନ ଶକ୍ତିର ମା’ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ପ୍ରଥମେ ଜୟ ଜଗନ୍ନାଥ କହି ଉଦବୋଧନ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ମିଶନ ଶକ୍ତିର ମା’ମାନେ ଜଳସାଥୀ ହୋଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଶ୍ରୀକ୍ଷେତ୍ର ଯୋଜନା ଆଗେଇ ଚାଲିଛି। କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ଦେଇଥିଲେ ୫-T ସଚିବ ଭିକେ ପାଣ୍ଡିଆନ। ବିସ୍ତୃତ ବିବରଣୀ ରଖିଥିଲେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଖିଥିବା ସ୍ୱପ୍ନକୁ ସାକାର କରିବା ଦିଗରେ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ମିଶନ ଏକ ଯୁଗାନ୍ତକାରୀ ପ୍ରକଳ୍ପ।

ଆହୁରି ପଢ଼ନ୍ତୁ: ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣା: ପୁଲିସ ଡିଜିଙ୍କୁ ବିଜେଡି ପ୍ରତିନିଧିମଣ୍ଡଳୀର ଦାବିପତ୍ର

ଏହି ଯୁଗାନ୍ତକାରୀ ପଦକ୍ଷେପ ଫଳରେ ପୁରୀ ସହରର ଅଢେଇ ଲକ୍ଷ ବାସିନ୍ଦା ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଇବେ। ଏହି ଯୋଜନାରେ ଭାରତର ଆଧ୍ୟାତ୍ମିକ ରାଜଧାନୀକୁ ଆସୁଥିବା ବାର୍ଷିକ ୨ କୋଟି ପର୍ଯ୍ୟଟକ ମଧ୍ୟ ଉପକୃତ ହେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର