ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି: ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ଦିଆଯିବ ପ୍ରାଥମିକତା

The Sakala Picture
Published On

ଭୁବନେଶ୍ବର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ସହ ସମଗ୍ର ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଆଜି ପୁରୀ ପୌର ସଦନରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରି ପୁଲିସ ମହାନିର୍ଦ୍ଧେଶକ ଏହି ସୂଚନା ଦେଇଛନ୍ତି। ଟ୍ରାଫିକ ବ୍ୟବସ୍ଥାକୁ ୩ଟି ଭାଗରେ ବିଭକ୍ତ କରାଯାଇଥିବା ବେଳେ ସ୍ଵତନ୍ତ୍ର ପ୍ଲାନ୍ ସହ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ […]

ଭୁବନେଶ୍ବର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ସହ ସମଗ୍ର ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଆଜି ପୁରୀ ପୌର ସଦନରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରି ପୁଲିସ ମହାନିର୍ଦ୍ଧେଶକ ଏହି ସୂଚନା ଦେଇଛନ୍ତି। ଟ୍ରାଫିକ ବ୍ୟବସ୍ଥାକୁ ୩ଟି ଭାଗରେ ବିଭକ୍ତ କରାଯାଇଥିବା ବେଳେ ସ୍ଵତନ୍ତ୍ର ପ୍ଲାନ୍ ସହ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ହୋଇଛି ସ୍ଵତନ୍ତ୍ର ବ୍ୟବସ୍ଥା ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ। ଚଳିତ ବର୍ଷ ବ୍ୟାପକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏଡିଜି, ଆଇଜି ଓ ବରିଷ୍ଠ ପୁଲିସ ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ସୁରକ୍ଷା,ଶୃଙ୍ଖଳିତ ଦର୍ଶନ ଓ ପୁଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି। ରେଳବାଇ ଓ ତଟ ସୁରକ୍ଷା ସହ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ସେହିପରି ପହଣ୍ଡି,ରଥଟଣା, ଜନଗହଳି ନିୟନ୍ତ୍ରଣ,  ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ କରାଯିବ ବୋଲି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ କହିଛନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଅନ୍ୟପଟେ ଟ୍ରାଫିକ ବ୍ୟବସ୍ଥା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ କରାଯାଇଛି । ବଡଦାଣ୍ଡ ଓ ସହରକୁ ୧୪ଟି ଜୋନ ଓ ୨୯ଟି ସେକ୍ଟରରେ ବିଭକ୍ତ କରାଯାଇଛି। କଣ୍ଟ୍ରୋଲ ରୁମ୍ ସହ ସହର ଭିତରେ ଦୁଇଟି ଓ ସହର ବାହାରେ ଗୋଟିଏ ଭାଗରେ ଟ୍ରାଫିକ ବ୍ୟବସ୍ଥା ନେଇ ବ୍ୟବସ୍ଥା କରାଯାଇଛି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ସହ ଖୁବଶୀଘ୍ର ରୁଟଚାର୍ଟ ପ୍ରସ୍ତୁତ କରାଯିବ। ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ଟ୍ରାଫିକ ବ୍ୟବସ୍ଥାର ନିୟନ୍ତ୍ରଣ କରାଯିବ। ଏଥିସହ ନବଯୌବନ ଦର୍ଶନ,ରଥଯାତ୍ରା, ସନ୍ଧ୍ୟା ଦର୍ଶନ, ବାହୁଡା଼ ଯାତ୍ରା, ସୁନାବେଶ ଓ ରଥର ଅନ୍ୟ ଦିନ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି ।  ଏ ନେଇ ଟ୍ରାଫିକ ବ୍ୟବସ୍ଥା ଦାୟିତ୍ବରେ ଥିବା ଆଇଜି ଅମିତାଭ ଠାକୁର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର