ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

ଭୁବନେଶ୍ବର: ପୁରୀ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ଯର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀରେ ପହଞ୍ଚିବା ପରେ ସେ ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ପୁରୀରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଯଥା ଶ୍ରୀମନ୍ଦିର ଐତିହ୍ୟ କରିଡର, ଶ୍ରୀସେତୁ, ଶ୍ରୀଜଗନ୍ନାଥ ଷ୍ଟାଡିଅମ ଭଳି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ପରେ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିବା ସହ ବେଢା […]

ଭୁବନେଶ୍ବର: ପୁରୀ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ଯର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀରେ ପହଞ୍ଚିବା ପରେ ସେ ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ପୁରୀରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଯଥା ଶ୍ରୀମନ୍ଦିର ଐତିହ୍ୟ କରିଡର, ଶ୍ରୀସେତୁ, ଶ୍ରୀଜଗନ୍ନାଥ ଷ୍ଟାଡିଅମ ଭଳି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ପରେ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିବା ସହ ବେଢା ପରିକ୍ରମା, ମହାଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର, ପାର୍ଶ୍ଵଦେବାଦେବୀ ମନ୍ଦିର ଆଦି ଦର୍ଶନ କରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି।

 

About The Author: The Sakala