ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରଥ ଉପରେ ଆଜି ଅଧରପଣା ନୀତି

The Sakala Picture
Published On

ପୁରୀ: ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି । ରଥ ଉପରେ ବିଗ୍ରହଙ୍କ ସାମ୍ନାରେ ସମ୍ପନ୍ନ ହେବ ନୀତିକାନ୍ତି । ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁସାରେ ସିଂହଦ୍ୱାର ସମ୍ମୁଖରେ ମହାପ୍ରଭୁମାନଙ୍କର ଦକ୍ଷିଣାଭିମୁଖୀ ଯାତ୍ରା ସମାପ୍ତି ପରେ ଅଧରପଣା ନୀତି ନେଇ ଉଲ୍ଲେଖ ରହିଛି । ରଥରୁଢ ଦିଅଁମାନଙ୍କ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ଅଧର ଉଚ୍ଚ ମାଟି ହାଣ୍ଡିରେ ଏହି ପଣା ଦିଆଯାଉଥିବାରୁ ଏହାକୁ ଅଧର ପଣା କୁହାଯାଏ । ଅଧରପଣା ଭୋଗ ବିଧିତ ପ୍ରାୟ ୪୫୦ରୁ ଅଧିକ ପୁରୁଣା ବୋଲି […]

ପୁରୀ: ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି । ରଥ ଉପରେ ବିଗ୍ରହଙ୍କ ସାମ୍ନାରେ ସମ୍ପନ୍ନ ହେବ ନୀତିକାନ୍ତି । ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁସାରେ ସିଂହଦ୍ୱାର ସମ୍ମୁଖରେ ମହାପ୍ରଭୁମାନଙ୍କର ଦକ୍ଷିଣାଭିମୁଖୀ ଯାତ୍ରା ସମାପ୍ତି ପରେ ଅଧରପଣା ନୀତି ନେଇ ଉଲ୍ଲେଖ ରହିଛି । ରଥରୁଢ ଦିଅଁମାନଙ୍କ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ଅଧର ଉଚ୍ଚ ମାଟି ହାଣ୍ଡିରେ ଏହି ପଣା ଦିଆଯାଉଥିବାରୁ ଏହାକୁ ଅଧର ପଣା କୁହାଯାଏ । ଅଧରପଣା ଭୋଗ ବିଧିତ ପ୍ରାୟ ୪୫୦ରୁ ଅଧିକ ପୁରୁଣା ବୋଲି କୁହାଯାଏ । ପୂର୍ବରୁ ଦଶମୀ, ଏକାଦଶୀ ଓ ଦ୍ୱାଦଶୀରେ ତିନିଥର ଠାକୁରଙ୍କ ଅଧରପଣା ନୀତି ହେଉଥିଲା ବୋଲି ସଂସ୍କୃତିଗବେଷକ କହନ୍ତି । କିନ୍ତୁ ବର୍ତ୍ତମାନ ଏହା କେବଳ ଥରେ ହିଁ କରାଯାଉଛି । ପଣାରେ ଲାଗୁଥିବା ସମସ୍ତ ସାମଗ୍ରୀ ପୁରୀର ବଡ ଓଡିଆ ମଠ ଓ ରାଘବଦାସ ମଠ ଯୋଗାଇଥାନ୍ତି । ସିଂହଦ୍ୱାର ନିକଟସ୍ଥ କୂପରୁ ଅଧରପଣା ନୀତି ପାଇଁ ପାଣି ଆସିଥାଏ । ଶାସ୍ତ୍ରଜ୍ଞଙ୍କ ମତରେ ରଥରେ ଅବସ୍ଥାନ କରୁଥିବା ଚଣ୍ଡୀ-ଚାମୁଣ୍ଡାଙ୍କ ପାଇଁ ଏହି ଅଧରପଣା ନୀତି ହୋଇଥାଏ । ଫଳରେ ସେମାନେ ଶାନ୍ତି ହୋଇ ନିଜ ସ୍ଥାନ ଫେରିଥାନ୍ତି । ଆଜିର ଏହି ନୀତି ପରେ ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

22 Jul 2021 By The Sakala

ରଥ ଉପରେ ଆଜି ଅଧରପଣା ନୀତି

ପୁରୀ: ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି । ରଥ ଉପରେ ବିଗ୍ରହଙ୍କ ସାମ୍ନାରେ ସମ୍ପନ୍ନ ହେବ ନୀତିକାନ୍ତି । ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁସାରେ ସିଂହଦ୍ୱାର ସମ୍ମୁଖରେ ମହାପ୍ରଭୁମାନଙ୍କର ଦକ୍ଷିଣାଭିମୁଖୀ ଯାତ୍ରା ସମାପ୍ତି ପରେ ଅଧରପଣା ନୀତି ନେଇ ଉଲ୍ଲେଖ ରହିଛି । ରଥରୁଢ ଦିଅଁମାନଙ୍କ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ଅଧର ଉଚ୍ଚ ମାଟି ହାଣ୍ଡିରେ ଏହି ପଣା ଦିଆଯାଉଥିବାରୁ ଏହାକୁ ଅଧର ପଣା କୁହାଯାଏ । ଅଧରପଣା ଭୋଗ ବିଧିତ ପ୍ରାୟ ୪୫୦ରୁ ଅଧିକ ପୁରୁଣା ବୋଲି କୁହାଯାଏ । ପୂର୍ବରୁ ଦଶମୀ, ଏକାଦଶୀ ଓ ଦ୍ୱାଦଶୀରେ ତିନିଥର ଠାକୁରଙ୍କ ଅଧରପଣା ନୀତି ହେଉଥିଲା ବୋଲି ସଂସ୍କୃତିଗବେଷକ କହନ୍ତି । କିନ୍ତୁ ବର୍ତ୍ତମାନ ଏହା କେବଳ ଥରେ ହିଁ କରାଯାଉଛି । ପଣାରେ ଲାଗୁଥିବା ସମସ୍ତ ସାମଗ୍ରୀ ପୁରୀର ବଡ ଓଡିଆ ମଠ ଓ ରାଘବଦାସ ମଠ ଯୋଗାଇଥାନ୍ତି । ସିଂହଦ୍ୱାର ନିକଟସ୍ଥ କୂପରୁ ଅଧରପଣା ନୀତି ପାଇଁ ପାଣି ଆସିଥାଏ । ଶାସ୍ତ୍ରଜ୍ଞଙ୍କ ମତରେ ରଥରେ ଅବସ୍ଥାନ କରୁଥିବା ଚଣ୍ଡୀ-ଚାମୁଣ୍ଡାଙ୍କ ପାଇଁ ଏହି ଅଧରପଣା ନୀତି ହୋଇଥାଏ । ଫଳରେ ସେମାନେ ଶାନ୍ତି ହୋଇ ନିଜ ସ୍ଥାନ ଫେରିଥାନ୍ତି । ଆଜିର ଏହି ନୀତି ପରେ ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର