ଆଜି ଅଧରପଣା ନୀତି, ତିନି ରଥ ଉପରେ ଭାଙ୍ଗିବ ୯ ଅଧର ହାଣ୍ଡି

ପୁରୀ: ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ ଉପରେ ସୋମବାର ଅଧରପଣା ନୀତି ସମ୍ପନ୍ନ ହେବ। ଏହି ନୀତି ପାଇଁ ସ୍ୱତନ୍ତ୍ର ହାଣ୍ଡି ପ୍ରସ୍ତୁତ ହୋଇଛି। ତାହାକୁ ଅଧର ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ। ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏଁ ପଣା ଭୋଗ ହେବ। ଦାରୁବିଗ୍ରହଙ୍କ ନିକଟରେ ପଣା ଭୋଗ ପରେ ଏହି ପଣାହାଣ୍ଡିକୁ ଭାଙ୍ଗି ଦିଆଯିବାର ବିଧି ରହିଛି। ପଣା ହାଣ୍ଡି ଭାଙ୍ଗିବା […]

ପୁରୀ: ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ ଉପରେ ସୋମବାର ଅଧରପଣା ନୀତି ସମ୍ପନ୍ନ ହେବ। ଏହି ନୀତି ପାଇଁ ସ୍ୱତନ୍ତ୍ର ହାଣ୍ଡି ପ୍ରସ୍ତୁତ ହୋଇଛି। ତାହାକୁ ଅଧର ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ। ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏଁ ପଣା ଭୋଗ ହେବ। ଦାରୁବିଗ୍ରହଙ୍କ ନିକଟରେ ପଣା ଭୋଗ ପରେ ଏହି ପଣାହାଣ୍ଡିକୁ ଭାଙ୍ଗି ଦିଆଯିବାର ବିଧି ରହିଛି। ପଣା ହାଣ୍ଡି ଭାଙ୍ଗିବା ପରେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥା’ନ୍ତି ବୋଲି ବିଶ୍ୱାସ ରହିଛି। ରଥରେ ଠାକୁରଙ୍କ ମଧ୍ୟାହ୍ନ ଧୂପ ନୀତି ବଢିବା ପରେ ଅଧରପଣା ନୀତି ଅନୁଷ୍ଠିତ ହେବ।

About The Author: The Sakala