ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଅନୁକୂଳ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ଯ

The Sakala Picture
Published On

ପୁରୀ: ପବିତ୍ର ଅକ୍ଷୟ ତୃତୀୟା‌ ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ଯ ଅନୁକୂଳ ହୋଇଯାଇଛି। ତିନି ଧଉରା କାଠ ଶ୍ରୀମନ୍ଦିର କାର୍ଯ୍ଯାଳୟରେ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଛି। ଅପରାହ୍ଣ ପ୍ରାୟ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥ ନିର୍ମାଣ କାର୍ଯ୍ଯ ଅନୁକୂଳ ହୋଇଛି। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ବେଦଜ୍ଞ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିଛନ୍ତି। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ […]

ପୁରୀ: ପବିତ୍ର ଅକ୍ଷୟ ତୃତୀୟା‌ ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ଯ ଅନୁକୂଳ ହୋଇଯାଇଛି। ତିନି ଧଉରା କାଠ ଶ୍ରୀମନ୍ଦିର କାର୍ଯ୍ଯାଳୟରେ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଛି। ଅପରାହ୍ଣ ପ୍ରାୟ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥ ନିର୍ମାଣ କାର୍ଯ୍ଯ ଅନୁକୂଳ ହୋଇଛି। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ବେଦଜ୍ଞ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିଛନ୍ତି। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯାଇଛି। ଶ୍ରୀମନ୍ଦିରରୁ ଶ୍ରୀଜିଉଙ୍କ ତିନି ଅଜ୍ଞାମାଳ ବିଜେ ପରେ ଛାମୁଣ୍ଡିଆ ଭିତରେ ରହିଥିବା ତିନି ରଥକାଠରେ ଲାଗି ହୋଇଛି। ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନୋଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନି ଅସନ କାଠକୁ ଚୋଟ ମାରିବା ପରେ ବିଶ୍ୱକର୍ମାମାନେ ରଥକାର୍ଯ୍ଯରେ ନିୟୋଜିତ ହୋଇଥିଲେ। ସେହି ଅନୁଯାୟୀ ଶାଢ଼ୀ ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଥିଲା।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

୧୪ ତାରିଖ ଶନିବାର ନୃସିଂହ ଚତୁର୍ଦ୍ଦଶୀରେ ଗୁଜ ଅନୁକୂଳ ହେବ। ୨୨ ତାରିଖ ରବିବାର ଭଉଁରୀ ଉତ୍ସବରେ ଚକ ଅଖ ଡେରା ହୋଇ ଜୁନ୍‌ ୧୪ ମଙ୍ଗଳବାର ସ୍ନାନପୂର୍ଣ୍ଣମୀରେ ଚାରି ନାହାକା ଉଠିବ। ଜୁନ୍‌ ୩୦ ତାରିଖ ଗୁରୁବାର ଉଭାଯାତ୍ରା (ରଥ ଯାତ୍ରା ପୂର୍ବ ଦିନ) ଅବସରରେ ରଥଖଳାରୁ ତିନି ରଥ ପ୍ରସ୍ତୁତ ହୋଇ ସିଂହଦ୍ୱାରରେ ପହଞ୍ଚିବ। ଜୁଲାଇ ୧ ତାରିଖ ଶୁକ୍ରବାର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହୋଇ ଗୁଣ୍ଡିଚା ଘର ଜନ୍ମବେଦିକୁ ଯାତ୍ରା କରିବେ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

03 May 2022 By The Sakala

ଅନୁକୂଳ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ଯ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା‌ ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ଯ ଅନୁକୂଳ ହୋଇଯାଇଛି। ତିନି ଧଉରା କାଠ ଶ୍ରୀମନ୍ଦିର କାର୍ଯ୍ଯାଳୟରେ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଛି। ଅପରାହ୍ଣ ପ୍ରାୟ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥ ନିର୍ମାଣ କାର୍ଯ୍ଯ ଅନୁକୂଳ ହୋଇଛି। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ବେଦଜ୍ଞ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିଛନ୍ତି। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯାଇଛି। ଶ୍ରୀମନ୍ଦିରରୁ ଶ୍ରୀଜିଉଙ୍କ ତିନି ଅଜ୍ଞାମାଳ ବିଜେ ପରେ ଛାମୁଣ୍ଡିଆ ଭିତରେ ରହିଥିବା ତିନି ରଥକାଠରେ ଲାଗି ହୋଇଛି। ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନୋଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନି ଅସନ କାଠକୁ ଚୋଟ ମାରିବା ପରେ ବିଶ୍ୱକର୍ମାମାନେ ରଥକାର୍ଯ୍ଯରେ ନିୟୋଜିତ ହୋଇଥିଲେ। ସେହି ଅନୁଯାୟୀ ଶାଢ଼ୀ ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଥିଲା।

୧୪ ତାରିଖ ଶନିବାର ନୃସିଂହ ଚତୁର୍ଦ୍ଦଶୀରେ ଗୁଜ ଅନୁକୂଳ ହେବ। ୨୨ ତାରିଖ ରବିବାର ଭଉଁରୀ ଉତ୍ସବରେ ଚକ ଅଖ ଡେରା ହୋଇ ଜୁନ୍‌ ୧୪ ମଙ୍ଗଳବାର ସ୍ନାନପୂର୍ଣ୍ଣମୀରେ ଚାରି ନାହାକା ଉଠିବ। ଜୁନ୍‌ ୩୦ ତାରିଖ ଗୁରୁବାର ଉଭାଯାତ୍ରା (ରଥ ଯାତ୍ରା ପୂର୍ବ ଦିନ) ଅବସରରେ ରଥଖଳାରୁ ତିନି ରଥ ପ୍ରସ୍ତୁତ ହୋଇ ସିଂହଦ୍ୱାରରେ ପହଞ୍ଚିବ। ଜୁଲାଇ ୧ ତାରିଖ ଶୁକ୍ରବାର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହୋଇ ଗୁଣ୍ଡିଚା ଘର ଜନ୍ମବେଦିକୁ ଯାତ୍ରା କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର