ରଥଯାତ୍ରା ୨୦୨୨: ଭକ୍ତଙ୍କ ଗହଣରେ ହେବ ସ୍ନାନ ଯାତ୍ରା

The Sakala Picture
Published On

ପୁରୀ: ଦୀର୍ଘ ଦୁଇ ବର୍ଷ ପରେ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ମହାସ୍ନାନ ଯାତ୍ରା । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଦର୍ଶନ ଲାଗି ଅନୁମତି ମିଳିଛି। ଏହାସହ ବେଶ ପରେ ୨ ଘଣ୍ଟା ମଣ୍ଡପରେ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କୁ ଅନୁମତି ଦେଇଛି ଶ୍ରାମନ୍ଦିର ପ୍ରଶାସନ । ତେବେ ଦର୍ଶନ ସମୟରେ ଶ୍ରୀଜୀଉଙ୍କୁ ସ୍ପର୍ଶ କରିବାକୁ ବାରଣ କରାଯାଇଛି । ଅର୍ଥାତ […]

ପୁରୀ: ଦୀର୍ଘ ଦୁଇ ବର୍ଷ ପରେ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ମହାସ୍ନାନ ଯାତ୍ରା । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଦର୍ଶନ ଲାଗି ଅନୁମତି ମିଳିଛି। ଏହାସହ ବେଶ ପରେ ୨ ଘଣ୍ଟା ମଣ୍ଡପରେ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କୁ ଅନୁମତି ଦେଇଛି ଶ୍ରାମନ୍ଦିର ପ୍ରଶାସନ । ତେବେ ଦର୍ଶନ ସମୟରେ ଶ୍ରୀଜୀଉଙ୍କୁ ସ୍ପର୍ଶ କରିବାକୁ ବାରଣ କରାଯାଇଛି । ଅର୍ଥାତ ଭକ୍ତ ଦର୍ଶନ କରିବେ ସିନା କିନ୍ତୁ ସ୍ପର୍ଶ କରିପାରିବେନି ।

ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ର ଭଉଁରୀ, ସ୍ନାନପୂର୍ଣ୍ଣମୀ ଓ ରଥଯାତ୍ରା ପାଇଁ ଶ୍ରୀମନ୍ଦିର କାର୍ଯ୍ଯଳୟରେ ବୈଠକ ବସିଥିଲା । ବିଭିନ୍ନ ନିଯୋଗ ସହ ପୃଥକ ପୃଥକ ଭାବେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ଜିଲ୍ଲାପାଳ ସମର୍ଥ ବର୍ମା ଆଲୋଚନା କରିଥିଲେ। ମହାପ୍ରଭୁଙ୍କ ନୀତି କାନ୍ତି ଶୃଙ୍ଖଳିତ ଭାବେ କରିବା ନେଇ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ବସିଥିଲା। ଏହି ବୈଠକ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ, ଦଇତାପତି ନିଯୋଗ ସଭାପତି, ସମ୍ପାଦକଙ୍କୁ ନେଇ  ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା, ରଥଯାତ୍ରା ନେଇ ବିଚାରବିମର୍ଶ  ହୋଇଥିଲା।

ଗତ ଦୁଇ ବର୍ଷ ହେବ କୋଭିଡ କାରଣରୁ ବିନା ଭକ୍ତରେ ହେଉଥିଲା ମହାପ୍ରଭୁଙ୍କ ସ୍ନାନଯାତ୍ରା । ହେଲେ ଏଥର କରୋନା ପ୍ରକୋପ କମ ଥିବାରୁ ଭକ୍ତଙ୍କୁ ଦର୍ଶନ ଲାଗି ଅନୁମତି ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର