ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ: ଆଜି ଏକାଦଶୀରେ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ରିଷ୍ଟ

The Sakala Picture
Published On

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଗତକାଲି ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚକା ବିଜେ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଗାରଦରେ ଜିମା ଦିଆଯାଇଛି । ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ […]

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଗତକାଲି ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚକା ବିଜେ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଗାରଦରେ ଜିମା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର ପରମ୍ପରା ରହିଛି । ରାଜବୈଦ୍ୟମାନେ ଶାଳପର୍ଣ୍ଣି, ଗମ୍ଭାରୀ, ଫଣଫଣା, କୃଷ୍ଣପର୍ଣ୍ଣି, ବେଲ, ଅଗବଥ, ଗୋଖରା, ନବାଙ୍କଡି, ଆଦିକୁ ଚୂର୍ଣ୍ଣ କରି ସେଥିରେ ଖୁଆ, ଘିଅ, ମହୁ, ଭାଙ୍ଗ, ନବାତରେ ଦଶମୂଳରିଷ୍ଟ ମୋଦକ ପ୍ରସ୍ତୁତ କରିଛନ୍ତି। ଦଶମୂଳ ଔଷଧ ଲାଗି ହେବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର