ସରିଲା ଶ୍ରୀଅଙ୍ଗ ଫିଟା ନୀତି, ଆଜି ଫୁଲୁରୀ ତେଲ ଲାଗି

The Sakala Picture
Published On

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେନା। ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଗୁରୁବାର ଅଣସରର ପଞ୍ଚମ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ଶ୍ରୀମୁଖରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶ୍ରୀମୁଖରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି […]

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେନା। ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଗୁରୁବାର ଅଣସରର ପଞ୍ଚମ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ଶ୍ରୀମୁଖରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶ୍ରୀମୁଖରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି। ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ଶ୍ରୀନଅରକୁ ବିଜେ କରାଯାଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ଶୁକ୍ରବାର ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୂର୍ବ ପରମ୍ପରା ଅନୁଯାୟୀ, ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଏହି ଫୁଲୁରୀ ତେଲ ବଡ଼ଓଡିଆ ମଠ ଯୋଗାଇଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।

ଆହୁରି ପଢ଼ନ୍ତୁ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ୭୯ତମ ପଣାଯାତ୍ରା ଉଦ୍‌ଘାଟିତ: ଓଡ଼ିଶାର ଦ୍ୱିତୀୟ ବାଲିଯାତ୍ରା

09 Jun 2023 By The Sakala

ସରିଲା ଶ୍ରୀଅଙ୍ଗ ଫିଟା ନୀତି, ଆଜି ଫୁଲୁରୀ ତେଲ ଲାଗି

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେନା। ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଗୁରୁବାର ଅଣସରର ପଞ୍ଚମ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ଶ୍ରୀମୁଖରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶ୍ରୀମୁଖରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି। ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ଶ୍ରୀନଅରକୁ ବିଜେ କରାଯାଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ଶୁକ୍ରବାର ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ।

ପୂର୍ବ ପରମ୍ପରା ଅନୁଯାୟୀ, ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଏହି ଫୁଲୁରୀ ତେଲ ବଡ଼ଓଡିଆ ମଠ ଯୋଗାଇଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର