ଦିନକ ପରେ ବାହୁଡ଼ା ଯାତ୍ରା; ଆଜି ଶ୍ରୀଜୀଉଙ୍କ ନବମୀ ସନ୍ଧ୍ୟା ଦର୍ଶନ, ଅପରାହ୍ନ ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ

The Sakala Picture
Published On

ପୁରୀ: ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରି ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧବିଗ୍ରହଙ୍କୁ ଦର୍ଶନ କରିପାରିବେ। ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେଥିଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆରମ୍ଭ ହୋଇଯାଇଛି ବାହୁଡା ପ୍ରସ୍ତୁତି। ରବିବାର ତାଳଧ୍ୱଜ ଏବଂ ଦେବଦଳନ […]

ପୁରୀ: ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରି ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧବିଗ୍ରହଙ୍କୁ ଦର୍ଶନ କରିପାରିବେ। ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେଥିଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଆରମ୍ଭ ହୋଇଯାଇଛି ବାହୁଡା ପ୍ରସ୍ତୁତି। ରବିବାର ତାଳଧ୍ୱଜ ଏବଂ ଦେବଦଳନ ରଥ ରଥ ଦକ୍ଷିଣ ମୋଡ ହୋଇ ନାକଚଣା ଦ୍ୱାରରେ ଲାଗିଥିଲା। ମାତ୍ର ନୀତି ବିଳମ୍ବ ଏବଂ ବର୍ଷା ଯୋଗୁ ନନ୍ଦିଘୋଷ ରଥ ଦକ୍ଷିଣ ମୋଡ଼ ହୋଇ ନ ଥିଲା। ସୋମବାର ସକାଳେ ନନ୍ଦିଘୋଷ ରଥ ନାକଚଣା ଦ୍ୱାରରେ ଲାଗିଛି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ସକାଳ ୭ଟାରୁ ଦର୍ଶନ ଆରମ୍ଭ ହେବ। ପ୍ରାୟ ଲକ୍ଷାଧିକ ଭକ୍ତ ସନ୍ଧ୍ୟା ଦର୍ଶନ କରିବେ ବୋଲି ପ୍ରଶାସନ ପକ୍ଷରୁ ଆକଳନ କରାଯାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ହିଁ ସନ୍ଧ୍ୟା ଦର୍ଶନ ଚାଲିବ। ଏହାପରେ ଦର୍ଶନ ବନ୍ଦ ହୋଇ ବାହୁଡ଼ା ଯାତ୍ରା ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯିବ। ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ଭିଡ଼କୁ ନଜରରେ ରଖି ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ହୋଇଥିବା ବ୍ୟାରିକେଡ ସମ୍ପ୍ରସାରଣ କରାଯିବ। ସନ୍ଧ୍ୟା ଦର୍ଶନ ବ୍ୟବସ୍ଥା କିପରି ଶୃଙ୍ଖଳିତ ଏବଂ ସୁରକ୍ଷିତ ଭାବେ ସମ୍ପନ୍ନ ହେବ ସେ ନେଇ ସୋମବାର ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସ୍‌‌ପି ଡ. କନୱର ବିଶାଲ ସିଂ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ମହାପ୍ରଭୁଙ୍କ ନୀତିକାନ୍ତିକୁ ଶୃଙ୍ଖଳିତ କରାଯିବ। ସନ୍ଧ୍ୟା ଦର୍ଶନ ପରେ ରାତିରେ ସେନାପଟା ଲାଗି, ବାହୁଟ କଣ୍ଟ, କୁସୁମୀ ଲାଗି ପରି ସ୍ୱତନ୍ତ୍ର ନୀତି ହେବ ବୋଲି କହିଛନ୍ତି ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

27 Jun 2023 By The Sakala

ଦିନକ ପରେ ବାହୁଡ଼ା ଯାତ୍ରା; ଆଜି ଶ୍ରୀଜୀଉଙ୍କ ନବମୀ ସନ୍ଧ୍ୟା ଦର୍ଶନ, ଅପରାହ୍ନ ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରି ସରିଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧବିଗ୍ରହଙ୍କୁ ଦର୍ଶନ କରିପାରିବେ। ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେଥିଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଆରମ୍ଭ ହୋଇଯାଇଛି ବାହୁଡା ପ୍ରସ୍ତୁତି। ରବିବାର ତାଳଧ୍ୱଜ ଏବଂ ଦେବଦଳନ ରଥ ରଥ ଦକ୍ଷିଣ ମୋଡ ହୋଇ ନାକଚଣା ଦ୍ୱାରରେ ଲାଗିଥିଲା। ମାତ୍ର ନୀତି ବିଳମ୍ବ ଏବଂ ବର୍ଷା ଯୋଗୁ ନନ୍ଦିଘୋଷ ରଥ ଦକ୍ଷିଣ ମୋଡ଼ ହୋଇ ନ ଥିଲା। ସୋମବାର ସକାଳେ ନନ୍ଦିଘୋଷ ରଥ ନାକଚଣା ଦ୍ୱାରରେ ଲାଗିଛି। ମଙ୍ଗଳବାର ନବମୀ ସନ୍ଧ୍ୟା ଦର୍ଶନ। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ସକାଳ ୭ଟାରୁ ଦର୍ଶନ ଆରମ୍ଭ ହେବ। ପ୍ରାୟ ଲକ୍ଷାଧିକ ଭକ୍ତ ସନ୍ଧ୍ୟା ଦର୍ଶନ କରିବେ ବୋଲି ପ୍ରଶାସନ ପକ୍ଷରୁ ଆକଳନ କରାଯାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ହିଁ ସନ୍ଧ୍ୟା ଦର୍ଶନ ଚାଲିବ। ଏହାପରେ ଦର୍ଶନ ବନ୍ଦ ହୋଇ ବାହୁଡ଼ା ଯାତ୍ରା ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯିବ। ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ଭିଡ଼କୁ ନଜରରେ ରଖି ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ହୋଇଥିବା ବ୍ୟାରିକେଡ ସମ୍ପ୍ରସାରଣ କରାଯିବ। ସନ୍ଧ୍ୟା ଦର୍ଶନ ବ୍ୟବସ୍ଥା କିପରି ଶୃଙ୍ଖଳିତ ଏବଂ ସୁରକ୍ଷିତ ଭାବେ ସମ୍ପନ୍ନ ହେବ ସେ ନେଇ ସୋମବାର ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସ୍‌‌ପି ଡ. କନୱର ବିଶାଲ ସିଂ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ମହାପ୍ରଭୁଙ୍କ ନୀତିକାନ୍ତିକୁ ଶୃଙ୍ଖଳିତ କରାଯିବ। ସନ୍ଧ୍ୟା ଦର୍ଶନ ପରେ ରାତିରେ ସେନାପଟା ଲାଗି, ବାହୁଟ କଣ୍ଟ, କୁସୁମୀ ଲାଗି ପରି ସ୍ୱତନ୍ତ୍ର ନୀତି ହେବ ବୋଲି କହିଛନ୍ତି ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି।

https://www.thesakala.in/latest-odisha-news/puri/sandhya-darshan-of-lord-jagannath-today/article-22989
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର