କାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ‘ବନ୍ଦେ ଭାରତ ଏକ୍ସପ୍ରେସ’, ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ ୫୦୫ କିଲୋମିଟର ଦୂରତା

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ‘ବନ୍ଦେ ଭାରତ ଏକ୍ସପ୍ରେସ’ ଟ୍ରେନ୍‌। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଓ ବିଧାୟକଙ୍କ ଉପସ୍ଥିତ […]

ଭୁବନେଶ୍ବର : ଆସନ୍ତାକାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ‘ବନ୍ଦେ ଭାରତ ଏକ୍ସପ୍ରେସ’ ଟ୍ରେନ୍‌। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଓ ବିଧାୟକଙ୍କ ଉପସ୍ଥିତ ରହିବେ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଜଗନ୍ନାଥ ଧାମ ପୁରୀରୁ ଇସ୍ପାତ ନଗରୀ ରାଉରକେଲା ସହିତ ସଂଯୋଗ କରିବ। ଏହି ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ   ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ପ୍ରତି ସପ୍ତାହରେ ଶନିବାରକୁ ଛାଡି ବାକି ଛଅ ଦିନ ଚାଲିବ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ । ଟ୍ରେନ୍ ସଂଖ୍ୟା ୨୦୮୩୬ ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ ୫ଟାରେ ବାହାରି ଦିନ ୧୨.୪୫ରେ ରାଉରକେଲାରେ ପହଞ୍ଚି। ଟ୍ରେନ୍‌ଟି ରାଉରକେଲାରୁ ମଧ୍ୟ ସେହିଦିନ ଅପରାହ୍ନ ୨ଟା୧୦ରେ ଛାଡି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ।  ଏହି ଟ୍ରେନଟି ଯାତ୍ରା ସମୟରେ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ । ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ ୧୧.୫୦ ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ ୧୦.୨୫ ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଥିଲା। ଏବେ ବନ୍ଦେ ଭାରତ ଏକ୍ସପ୍ରେସ ଏହି ମାର୍ଗରେ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ।

ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି । ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି । ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ । ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ ।

23 Sep 2023 By The Sakala

କାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ‘ବନ୍ଦେ ଭାରତ ଏକ୍ସପ୍ରେସ’, ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ ୫୦୫ କିଲୋମିଟର ଦୂରତା

ଭୁବନେଶ୍ବର : ଆସନ୍ତାକାଲିଠୁ ପୁରୀ-ରାଉରକେଲା ମଧ୍ୟରେ ଗଡିବ ‘ବନ୍ଦେ ଭାରତ ଏକ୍ସପ୍ରେସ’ ଟ୍ରେନ୍‌। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଓ ବିଧାୟକଙ୍କ ଉପସ୍ଥିତ ରହିବେ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଜଗନ୍ନାଥ ଧାମ ପୁରୀରୁ ଇସ୍ପାତ ନଗରୀ ରାଉରକେଲା ସହିତ ସଂଯୋଗ କରିବ। ଏହି ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ   ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ପ୍ରତି ସପ୍ତାହରେ ଶନିବାରକୁ ଛାଡି ବାକି ଛଅ ଦିନ ଚାଲିବ।

ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ । ଟ୍ରେନ୍ ସଂଖ୍ୟା ୨୦୮୩୬ ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ ୫ଟାରେ ବାହାରି ଦିନ ୧୨.୪୫ରେ ରାଉରକେଲାରେ ପହଞ୍ଚି। ଟ୍ରେନ୍‌ଟି ରାଉରକେଲାରୁ ମଧ୍ୟ ସେହିଦିନ ଅପରାହ୍ନ ୨ଟା୧୦ରେ ଛାଡି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ।  ଏହି ଟ୍ରେନଟି ଯାତ୍ରା ସମୟରେ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।

ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ । ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ ୧୧.୫୦ ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ ୧୦.୨୫ ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଥିଲା। ଏବେ ବନ୍ଦେ ଭାରତ ଏକ୍ସପ୍ରେସ ଏହି ମାର୍ଗରେ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ।

ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି । ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି । ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ । ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ ।

https://www.thesakala.in/latest-odisha-news/puri/vande-bharat-express-will-run-between-puri-and-rourkela-from-tomorrow/article-25703
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର