୨୧ରୁ ୩ ଦିନ ଧରି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ

The Sakala Picture
Published On

ପୁରୀ: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ASI) ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧ , ୨୨  ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି। ଆସନ୍ତା ସେପଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ […]

ପୁରୀ: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ASI) ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧ , ୨୨  ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି। ଆସନ୍ତା ସେପଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର ହୋଇଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା କରାଯିବ। ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର