ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

The Sakala Picture
Published On

ପୁରୀ: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହେବ । ଅବକାଶ ନୀତି ପରେ ହରିହର ବେଶରେ ସଜ୍ଜିତ ହେବେ ବଡଠାକୁର । ଏହି ବେଶରେ ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ ବଡ଼ଠାକୁର । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି-ବିଷ୍ଣୁ ଓ ହର-ଶିବଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧା […]

ପୁରୀ: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହେବ । ଅବକାଶ ନୀତି ପରେ ହରିହର ବେଶରେ ସଜ୍ଜିତ ହେବେ ବଡଠାକୁର । ଏହି ବେଶରେ ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ ବଡ଼ଠାକୁର । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି-ବିଷ୍ଣୁ ଓ ହର-ଶିବଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରାଇବେ। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଶ୍ରଦ୍ଧାଳୁ ଆତ୍ମତୃପି ଲାଭ କରିବେ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର