ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ପବିତ୍ର ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା…

The Sakala Picture
Published On

ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ରାଖି ପିନ୍ଧିବେ ଚତୁଦ୍ଧାମୂର୍ତ୍ତି।  ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିବେ ଭଉଣୀ ସୁଭଦ୍ରା । ଦୁଇ ଭାଇ ପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧି ନିଜ ପାଇଁ ସୁରକ୍ଷା ଲୋଡ଼ିବେ ଦେବୀ ସୁଭଦ୍ରା। ଭାଇ ଭଉଣୀଙ୍କ ଥିବା ଏହି ସମ୍ପର୍କ ଡୋରି ନିଦର୍ଶନକୁ ଗହ୍ମାପୂର୍ଣ୍ଣମୀରେ […]

ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ରାଖି ପିନ୍ଧିବେ ଚତୁଦ୍ଧାମୂର୍ତ୍ତି।  ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିବେ ଭଉଣୀ ସୁଭଦ୍ରା । ଦୁଇ ଭାଇ ପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧି ନିଜ ପାଇଁ ସୁରକ୍ଷା ଲୋଡ଼ିବେ ଦେବୀ ସୁଭଦ୍ରା। ଭାଇ ଭଉଣୀଙ୍କ ଥିବା ଏହି ସମ୍ପର୍କ ଡୋରି ନିଦର୍ଶନକୁ ଗହ୍ମାପୂର୍ଣ୍ଣମୀରେ ଦର୍ଶନ କରି ନିଜକୁ ଧନ୍ୟ ମଣିବେ ଭକ୍ତ ।

ଆହୁରି ପଢ଼ନ୍ତୁ: ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବିଭ୍ରାଟ: ସେବାୟତଙ୍କ ବିବାଦ ଯୋଗୁଁ ଅଟକିଲା ପହୁଡ଼

ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ । ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ।

ଆହୁରି ପଢ଼ନ୍ତୁ: ମନଇଛା ଗଛ କାଟିବା ଅଭିଯୋଗରେ ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନ ଫରେଷ୍ଟର ନିଲମ୍ବିତ

ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ। ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ। ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ। ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ। ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ।

ଆହୁରି ପଢ଼ନ୍ତୁ: ସେପ୍ଟେମ୍ବର ୨୩ ଓ ୨୪ରେ ଓଡ଼ିଶାରେ ପ୍ରବଳ ବର୍ଷା : IMDର ସତର୍କ ସୂଚନା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର