ଦୁଇ ଦିନିଆ ଓଡ଼ିଶା ଗସ୍ତ ଏଏସଆଇ ଡିଜି: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଲିଙ୍ଗରାଜ ମନ୍ଦିରରେ ଜାରି ରହିଥିବା କାର୍ଯ୍ଯର କରିବେ ସମୀକ୍ଷା

The Sakala Picture
Published On

ପୁରୀ: ଓଡ଼ିଶାରେ ଏଏସଆଇ ଡିଜି ବିଦ୍ୟାବତୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ଯର ସମୀକ୍ଷା କରୁଛନ୍ତି ଏଏସଆଇ ଡିଜି । ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଭି.ବିଦ୍ୟାବତୀ । ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟରପ୍ଲାନର ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି । ଏଏସଆଇ ଡିଜିଙ୍କ ସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ , ଜିଲ୍ଲାପାଳ, ଏସପି ଓ ଓବିସିସିର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ […]

ପୁରୀ: ଓଡ଼ିଶାରେ ଏଏସଆଇ ଡିଜି ବିଦ୍ୟାବତୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ଯର ସମୀକ୍ଷା କରୁଛନ୍ତି ଏଏସଆଇ ଡିଜି । ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଭି.ବିଦ୍ୟାବତୀ । ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟରପ୍ଲାନର ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି । ଏଏସଆଇ ଡିଜିଙ୍କ ସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ , ଜିଲ୍ଲାପାଳ, ଏସପି ଓ ଓବିସିସିର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ଓଡ଼ିଶାରେ ଏଏସଆଇ ଦ୍ୱାରା ବିଭିନ୍ନ କାର୍ଯ୍ଯ ଜାରି ରହିଥିବାବେଳେ ଏହାର ତଦାରଖ ପାଇଁ ଓଡ଼ିଶା ଆସିଛନ୍ତି ଏସଏସଆଇ ଡିଜି । ଶ୍ରୀମନ୍ଦିର ସହିତ ଲିଙ୍ଗରାଜ ମନ୍ଦିରରେ ମଧ୍ୟ ଜାରି ରହିଥିବା କାର୍ଯ୍ଯର ତଦାରଖ କରିବେ ଭି.ବିଦ୍ୟାବତୀ ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ସୂଚନା ଯୋଗ୍ୟ ଯେ, ନଭେମ୍ୱର ୨୪ରେ  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନେଇ ଶିଳାନ୍ୟାସ ହୋଇଥିଲା । ଗଜପତି ମହାରାଜା ଶିଳାନ୍ୟାସ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ ପାଣ୍ଡିଆନ୍, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ସମେତ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରକ୍ପଳ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ୱର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

ଏହି ପରିକ୍ରମା ଯୋଜନା ନିମନ୍ତେ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ । ବିଶ୍ୱ ଦରବାରରେ ଆହୁରି ଚମକିବ ଓଡ଼ିଶାର ଚେହେରା । ଏହା ପରେ ଶ୍ରୀମନ୍ଦିର ଇତିହାସରେ ଲେଖାହେବ ନୂଆ ଅଧ୍ୟାୟ । ବାସ୍ତବ ରୂପ ନେବ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧି ପାଇଁ ସ୍ୱତନ୍ତ୍ର ନକ୍ସା ।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

21 Feb 2022 By The Sakala

ଦୁଇ ଦିନିଆ ଓଡ଼ିଶା ଗସ୍ତ ଏଏସଆଇ ଡିଜି: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଲିଙ୍ଗରାଜ ମନ୍ଦିରରେ ଜାରି ରହିଥିବା କାର୍ଯ୍ଯର କରିବେ ସମୀକ୍ଷା

ପୁରୀ: ଓଡ଼ିଶାରେ ଏଏସଆଇ ଡିଜି ବିଦ୍ୟାବତୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ଯର ସମୀକ୍ଷା କରୁଛନ୍ତି ଏଏସଆଇ ଡିଜି । ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଭି.ବିଦ୍ୟାବତୀ । ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟରପ୍ଲାନର ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି । ଏଏସଆଇ ଡିଜିଙ୍କ ସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ , ଜିଲ୍ଲାପାଳ, ଏସପି ଓ ଓବିସିସିର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ଓଡ଼ିଶାରେ ଏଏସଆଇ ଦ୍ୱାରା ବିଭିନ୍ନ କାର୍ଯ୍ଯ ଜାରି ରହିଥିବାବେଳେ ଏହାର ତଦାରଖ ପାଇଁ ଓଡ଼ିଶା ଆସିଛନ୍ତି ଏସଏସଆଇ ଡିଜି । ଶ୍ରୀମନ୍ଦିର ସହିତ ଲିଙ୍ଗରାଜ ମନ୍ଦିରରେ ମଧ୍ୟ ଜାରି ରହିଥିବା କାର୍ଯ୍ଯର ତଦାରଖ କରିବେ ଭି.ବିଦ୍ୟାବତୀ ।

ସୂଚନା ଯୋଗ୍ୟ ଯେ, ନଭେମ୍ୱର ୨୪ରେ  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନେଇ ଶିଳାନ୍ୟାସ ହୋଇଥିଲା । ଗଜପତି ମହାରାଜା ଶିଳାନ୍ୟାସ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ ପାଣ୍ଡିଆନ୍, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ସମେତ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରକ୍ପଳ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ୱର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ।

ଏହି ପରିକ୍ରମା ଯୋଜନା ନିମନ୍ତେ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ । ବିଶ୍ୱ ଦରବାରରେ ଆହୁରି ଚମକିବ ଓଡ଼ିଶାର ଚେହେରା । ଏହା ପରେ ଶ୍ରୀମନ୍ଦିର ଇତିହାସରେ ଲେଖାହେବ ନୂଆ ଅଧ୍ୟାୟ । ବାସ୍ତବ ରୂପ ନେବ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧି ପାଇଁ ସ୍ୱତନ୍ତ୍ର ନକ୍ସା ।

https://www.thesakala.in/latest-odisha-news/puri/asi-dg-visited-puri-to-review-srimandir-parikrama-project-and-lingaraj-temple-dev-work/article-9417
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର