ଆଜି ସନ୍ଧ୍ଯାରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଆଜି ସନ୍ଧ୍ଯାରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଗତ ରବିବାରଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ଯେଉଡ଼ ଭୋଗ ପରେ ସୋମବାର ଶ୍ରୀକୃଷ୍ଣ ଜନ୍ମ ଓ ମଙ୍ଗଳବାର ନନ୍ଦ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ […]

ପୁରୀ: ଶ୍ରୀମନ୍ଦିରରେ ଆଜି ସନ୍ଧ୍ଯାରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଗତ ରବିବାରଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ଯେଉଡ଼ ଭୋଗ ପରେ ସୋମବାର ଶ୍ରୀକୃଷ୍ଣ ଜନ୍ମ ଓ ମଙ୍ଗଳବାର ନନ୍ଦ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଜିବ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ |ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ। ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି। ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ।

ଆହୁରି ପଢ଼ନ୍ତୁ: ଗାଁ ଗାଁରେ ବେଆଇନ କୋଚିଂ ସେଣ୍ଟର: ସରକାରୀ ନିୟମକୁ ଫୁ କରି ଟିଉସନ କରୁଛନ୍ତି ସରକାରୀ ଶିକ୍ଷକ

02 Sep 2021 By The Sakala

ଆଜି ସନ୍ଧ୍ଯାରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ: ଶ୍ରୀମନ୍ଦିରରେ ଆଜି ସନ୍ଧ୍ଯାରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଗତ ରବିବାରଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ଯେଉଡ଼ ଭୋଗ ପରେ ସୋମବାର ଶ୍ରୀକୃଷ୍ଣ ଜନ୍ମ ଓ ମଙ୍ଗଳବାର ନନ୍ଦ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଜିବ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ |ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ। ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି। ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର