ଆଜି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ, ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ଦର୍ଶନ ବନ୍ଦ
ପୁରୀ : ଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ନୀଳାଦ୍ରି ବିଜେ ପରେ ଏହା ହେବ ମହାପ୍ରଭୁଙ୍କ ପ୍ରଥମ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ହେବ ବନକଲାଗି ନୀତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ରୁ ରାତି ୧୧ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ […]
ପୁରୀ : ଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ନୀଳାଦ୍ରି ବିଜେ ପରେ ଏହା ହେବ ମହାପ୍ରଭୁଙ୍କ ପ୍ରଥମ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ହେବ ବନକଲାଗି ନୀତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ରୁ ରାତି ୧୧ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
ମହାପ୍ରଭୁଙ୍କ ବନକଲାଗି ବୁଧବାର କିମ୍ବା ଗୁରୁବାର, କେବେ ହେବ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା । ତେବେ ପରେ ବୁଧବାର ହେବ ବୋଲି ନିଷ୍ପତ୍ତି ହୋଇଥିଲା । ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି ନୀତି କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ଜିଦ୍ ଧରି ବସିଥିଲେ । ଶ୍ରୀମନ୍ଦିର ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି ବୋଲି ସେମାନେ କହିଥିଲେ ।ଫଳରେ ପ୍ରାୟ ୪୦ଦିନ ହେଲା ବନକ ଲାଗି ହୋଇପାରି ନଥିଲା। ପରେ ଶ୍ରୀମନ୍ଦିର ରେକର୍ଡ ଅଫ୍ ରାଇଟ୍ସର ଅନୁଧ୍ୟାନ କରାଯାଇଥିଲା। ଗତ ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ବୁଧବାର ବନକଲାଗି କରାଯିବାକୁ ନିଷ୍ପତ୍ତି ହୋଇଥିଲା