ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ : ବୁଧବାର ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ […]

ପୁରୀ : ବୁଧବାର ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମାନସିଂହ ସାହିତ୍ୟ ସଂସଦର 67 ତମ କବିତା ଆସର

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

ଆହୁରି ପଢ଼ନ୍ତୁ: ପୁରୀରେ ପ୍ରବଳ ବର୍ଷା: ଭୁଶୁଡ଼ିଲା ପଞ୍ଚତୀର୍ଥ ଶ୍ୱେତଗଙ୍ଗାର ୨୫ ଫୁଟ୍ ଲମ୍ବର ପାଚେରି

27 Mar 2024 By The Sakala

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ବୁଧବାର ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର