ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଗୁରୁବାର ୬ ଘଣ୍ଟା ହରତାଳ କରିବ ବିଜେଡି

The Sakala Picture
Published On

ପୁରୀ : ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଏନେଇ ଆଜି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ପୁରୀ ଜିଲ୍ଲା ସଭାପତି ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ […]

ପୁରୀ : ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଏନେଇ ଆଜି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ମା’ ପାଇଁ ଔଷଧ ଆଣିବାକୁ ଯାଇଥିବା ପୁଅକୁ ଫାଣ୍ଡିରେ ଅଟକ ରଖି ନିସ୍ତୁକ ମାଡ଼ ଅଭିଯୋଗ

ପୁରୀ ଜିଲ୍ଲା ସଭାପତି ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ ଘେରରେ। ପୁଲିସର ତଦନ୍ତ ଉପରେ ବି ବିଜେଡି ପ୍ରଶ୍ନ ଉଠାଇଛି।‌ ଘଟଣାର ସତ୍ୟାସତ୍ୟ ଯଥାଶୀଘ୍ର ସରକାର ଉନ୍ମୋଚନ କରନ୍ତୁ। ରାଜ୍ୟ ସରକାର ଜାଣିଶୁଣି ଦୋଷୀକୁ ଚିହ୍ନଟ କରୁନଥିବା ନେଇ ବି ବିଜେଡି ଅଭିଯୋଗ କରିଛି। ପୀଡ଼ିତାଙ୍କ ପରିବାର ଉପରେ କଣ ଚାପ ପଡ଼ିଲା, ଯାହାଫଳରେ ତାଙ୍କ ବାପା ନିଜର ମତ ପରିବର୍ତ୍ତନ କରାଇଲେ। ତୁରନ୍ତ ଏହାର ସତ୍ୟତା ସାମ୍ନାକୁ ନ ଆସିଲେ ବିଜେଡି ଆନ୍ଦୋଳନ ଜାରି ରଖିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ସାତପଡ଼ାରେ ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ!

 

ଆହୁରି ପଢ଼ନ୍ତୁ: ବାତ୍ୟା ଗଲା ପରେ ଚାଷୀଙ୍କ ଦୁଃଖ କହିଲେ ନସରେ, ବର୍ଷାରେ ଉଜୁଡ଼ିବାକୁ ବସିଛି ପାଚିଲା ଧାନ ଫସଲ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର