ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

ଆଜି ଦେବସ୍ନାନ ପୂର୍ଣ୍ଣିମା : ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ, ଅପରାହ୍ନ ସାଢେ ୪ରେ ହାତୀ ବେଶ

The Sakala Picture
Published On

ପୁରୀ  : ଆଜି ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦୀରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁଦିଅଁ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ପୁଣି ହାତୀ ବେଶରେ ସଜେଇ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ଏଥିପାଇଁ ସ୍ନାନବେଦୀ ପ୍ରସ୍ତୁତ ଥିବାବେଳେ ସେହି ଦିବ୍ୟ ମୂହୁର୍ତ୍ତକୁ ଅପେକ୍ଷା କରିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଆଉ ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ […]

ପୁରୀ  : ଆଜି ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦୀରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁଦିଅଁ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ପୁଣି ହାତୀ ବେଶରେ ସଜେଇ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ଏଥିପାଇଁ ସ୍ନାନବେଦୀ ପ୍ରସ୍ତୁତ ଥିବାବେଳେ ସେହି ଦିବ୍ୟ ମୂହୁର୍ତ୍ତକୁ ଅପେକ୍ଷା କରିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଆଉ ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ।

ଆହୁରି ପଢ଼ନ୍ତୁ: ରେସର୍ସ ଆଣ୍ଡ ରନର୍ସ କ୍ଲବ୍‌ର ଅଭିନବ ପଦକ୍ଷେପ; ୩୦ ସାଇକେଲ ଆରୋହୀଙ୍କ ଅଂଶଗ୍ରହଣ, ସାଇକେଲ ହେଉଛି ସୁସ୍ଥ ଜୀବନ ଓ ସ୍ଥାୟୀ ପର୍ଯ୍ୟଟନର ସେତୁ

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ମଙ୍ଗଳବାର ସେନାପଟା ଲାଗି ଶେଷ ହୋଇଛି। ରତ୍ନସିଂହାସନରେ ଚାରବାଡ଼ ବନ୍ଧା ସରିଥିବାବେଳେ ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ ପହଣ୍ଡି ଲାଗି ନୀତି ନିର୍ଘଣ୍ଟ ହୋଇଛି। ପ୍ରଥମେ ଶ୍ରୀସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ସ୍ନାନବେଦୀକୁ ଆସିବେ ଜଗତରନାଥ ଶ୍ରୀଜଗନ୍ନାଥ। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁବିଗ୍ରହମାନେ ସ୍ନାନବେଦୀରେ କରିବେ ପ୍ରତ୍ୟକ୍ଷ ସ୍ନାନ। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନାକୂଅରୁ ୧୦୮ ଗଡ଼ୁ ଜଳ ଆଣି ଜଳ ଗୃହରେ ରଖିବେ। ଚୁଆ, ଚନ୍ଦନ, କର୍ପୁର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ଗରାବଡୁ ସେବକମାନେ ୧୦୮ ଗଡ଼ୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦୀରେ ରଖିବେ। ମଧ୍ୟାହ୍ନ ୧୨ଟା ୨୦ରୁ ସ୍ନାନବିଧି ଆରମ୍ଭ କରାଯିବ। ଜଳ ବିଜେ ଓ ପୂଜା ପରେ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନ ନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିବେ।

ଆହୁରି ପଢ଼ନ୍ତୁ: ହୋଟେଲର ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀଙ୍କ ମୃତ୍ୟୁ ! ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଅପରାହ୍ନ ସାଢେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା ପରେ ଅପରାହ୍ନ ୪ଟା ୩୦ରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟ ଛତା ସକାଳ ଧୂପ ଭୋଗ ସରିବ। ତିନିଠାକୁରଙ୍କ ପହଣ୍ଡି ବିଜେ ସମ୍ପନ୍ନ ହେବା ସାହାଣ ମେଲା ପୂର୍ବ ପର୍ଯ୍ୟନ୍ତ ସ୍ନାନମଣ୍ଡପ ତଳ ସମ୍ମୁଖ ଭାଗରେ ଥିବା ସ୍ଥାୟୀ ର‍୍ୟାମ୍ପରେ ନିରବଚ୍ଛିନ୍ନ ଭାବେ ଭକ୍ତମାନେ ଦର୍ଶନ କରିପାରିବେ। ସନ୍ଧ୍ୟା ସାଢେ ୭ରୁ ରାତି ସାଢେ ୧୦ଟା ଅର୍ଥାତ୍‌ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି। ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ଉପରକୁ ଯାଇ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ। ରାତି ୧୧ଟାରେ ହାତୀବେଶ ମଇଲମ ହେବ। ଏହାପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ସରିବା ପରେ ମହାପ୍ରଭୁ ସ୍ନାନବେଦୀରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ରାତି ସାଢେ ୧୧ଟାରୁ ୨ଟା ମଧ୍ୟରେ ବାହୁଡା ପହଣ୍ଡି ଶେଷ କରାଯିବା ଲାଗି ସମୟ ନିର୍ଘଣ୍ଟ ହୋଇଛି। ଏହାପରେ ରାତି ସାଢେ ୨ଟାରେ ସୁନାଚିତା ଓ ରାହୁରେଖା ମଇଲମ ହୋଇ ତାଟି ବନ୍ଧା ଯିବ। ଆରମ୍ଭ ହେବ ଅଣସର ନୀତି। ସ୍ନାନ ପରେ ଜ୍ୱରରେ ପଡିବେ ମହାପ୍ରଭୁ। ଏହାପରେ ଉପଶମ ପାଇଁ ଚାଲିବ ଉପଚାର। ଦଇତାପତି ସେବକମାନେ ଏହି ଗୁପ୍ତ ସେବା କରିବେ। ମହାପ୍ରଭୁ ସୁସ୍ଥ ହେବା ପରେ ଜୁନ୍‌ ୨୭ ତାରିଖରେ ରଥରେ ବସି ଯିବେ ଜନ୍ମବେଦୀକୁ।

11 Jun 2025 By The Sakala

ଆଜି ଦେବସ୍ନାନ ପୂର୍ଣ୍ଣିମା : ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ, ଅପରାହ୍ନ ସାଢେ ୪ରେ ହାତୀ ବେଶ

ପୁରୀ  : ଆଜି ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦୀରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁଦିଅଁ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ପୁଣି ହାତୀ ବେଶରେ ସଜେଇ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ଏଥିପାଇଁ ସ୍ନାନବେଦୀ ପ୍ରସ୍ତୁତ ଥିବାବେଳେ ସେହି ଦିବ୍ୟ ମୂହୁର୍ତ୍ତକୁ ଅପେକ୍ଷା କରିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଆଉ ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ।

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ମଙ୍ଗଳବାର ସେନାପଟା ଲାଗି ଶେଷ ହୋଇଛି। ରତ୍ନସିଂହାସନରେ ଚାରବାଡ଼ ବନ୍ଧା ସରିଥିବାବେଳେ ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ ପହଣ୍ଡି ଲାଗି ନୀତି ନିର୍ଘଣ୍ଟ ହୋଇଛି। ପ୍ରଥମେ ଶ୍ରୀସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ସ୍ନାନବେଦୀକୁ ଆସିବେ ଜଗତରନାଥ ଶ୍ରୀଜଗନ୍ନାଥ। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ଦାରୁବିଗ୍ରହମାନେ ସ୍ନାନବେଦୀରେ କରିବେ ପ୍ରତ୍ୟକ୍ଷ ସ୍ନାନ। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନାକୂଅରୁ ୧୦୮ ଗଡ଼ୁ ଜଳ ଆଣି ଜଳ ଗୃହରେ ରଖିବେ। ଚୁଆ, ଚନ୍ଦନ, କର୍ପୁର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ଗରାବଡୁ ସେବକମାନେ ୧୦୮ ଗଡ଼ୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦୀରେ ରଖିବେ। ମଧ୍ୟାହ୍ନ ୧୨ଟା ୨୦ରୁ ସ୍ନାନବିଧି ଆରମ୍ଭ କରାଯିବ। ଜଳ ବିଜେ ଓ ପୂଜା ପରେ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନ ନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିବେ।

ଅପରାହ୍ନ ସାଢେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା ପରେ ଅପରାହ୍ନ ୪ଟା ୩୦ରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟ ଛତା ସକାଳ ଧୂପ ଭୋଗ ସରିବ। ତିନିଠାକୁରଙ୍କ ପହଣ୍ଡି ବିଜେ ସମ୍ପନ୍ନ ହେବା ସାହାଣ ମେଲା ପୂର୍ବ ପର୍ଯ୍ୟନ୍ତ ସ୍ନାନମଣ୍ଡପ ତଳ ସମ୍ମୁଖ ଭାଗରେ ଥିବା ସ୍ଥାୟୀ ର‍୍ୟାମ୍ପରେ ନିରବଚ୍ଛିନ୍ନ ଭାବେ ଭକ୍ତମାନେ ଦର୍ଶନ କରିପାରିବେ। ସନ୍ଧ୍ୟା ସାଢେ ୭ରୁ ରାତି ସାଢେ ୧୦ଟା ଅର୍ଥାତ୍‌ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି। ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ଉପରକୁ ଯାଇ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ। ରାତି ୧୧ଟାରେ ହାତୀବେଶ ମଇଲମ ହେବ। ଏହାପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ସରିବା ପରେ ମହାପ୍ରଭୁ ସ୍ନାନବେଦୀରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ରାତି ସାଢେ ୧୧ଟାରୁ ୨ଟା ମଧ୍ୟରେ ବାହୁଡା ପହଣ୍ଡି ଶେଷ କରାଯିବା ଲାଗି ସମୟ ନିର୍ଘଣ୍ଟ ହୋଇଛି। ଏହାପରେ ରାତି ସାଢେ ୨ଟାରେ ସୁନାଚିତା ଓ ରାହୁରେଖା ମଇଲମ ହୋଇ ତାଟି ବନ୍ଧା ଯିବ। ଆରମ୍ଭ ହେବ ଅଣସର ନୀତି। ସ୍ନାନ ପରେ ଜ୍ୱରରେ ପଡିବେ ମହାପ୍ରଭୁ। ଏହାପରେ ଉପଶମ ପାଇଁ ଚାଲିବ ଉପଚାର। ଦଇତାପତି ସେବକମାନେ ଏହି ଗୁପ୍ତ ସେବା କରିବେ। ମହାପ୍ରଭୁ ସୁସ୍ଥ ହେବା ପରେ ଜୁନ୍‌ ୨୭ ତାରିଖରେ ରଥରେ ବସି ଯିବେ ଜନ୍ମବେଦୀକୁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର