ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ରଥଯାତ୍ରା ଓ ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କୁ ୩ ଘଣ୍ଟା ଅନୁମତି

The Sakala Picture
Published On

ପୁରୀ: ଆସନ୍ତା ୧୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପରେ ପରେ ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା, ନୀଳାଦ୍ରିବିଜେ ରହିଛି । ଦୁଇବର୍ଷ ପରେ ମହାପ୍ରଭୁଙ୍କର ଏହି ବିଶେଷ ଯାନିଯାତ୍ରାରେ ଏଥର ସାମିଲ ହେବେ ଭକ୍ତ । ତେଣୁ ଏହାକୁ କିପରି ଶୃଙ୍ଖଳିତ କରାଯିବ ଏବଂ ଏଥିଲାଗି ପ୍ରସ୍ତୁତ ନୀତିକାନ୍ତି କିପରି ନିର୍ଘଣ୍ଟ ସମୟରେ ହେବ ସେଥିନେଇ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟିର ବିଶେଷ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଗଜପତି […]

ପୁରୀ: ଆସନ୍ତା ୧୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପରେ ପରେ ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା, ନୀଳାଦ୍ରିବିଜେ ରହିଛି । ଦୁଇବର୍ଷ ପରେ ମହାପ୍ରଭୁଙ୍କର ଏହି ବିଶେଷ ଯାନିଯାତ୍ରାରେ ଏଥର ସାମିଲ ହେବେ ଭକ୍ତ । ତେଣୁ ଏହାକୁ କିପରି ଶୃଙ୍ଖଳିତ କରାଯିବ ଏବଂ ଏଥିଲାଗି ପ୍ରସ୍ତୁତ ନୀତିକାନ୍ତି କିପରି ନିର୍ଘଣ୍ଟ ସମୟରେ ହେବ ସେଥିନେଇ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟିର ବିଶେଷ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପ୍ରସ୍ତୁତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରାଯାଇଥିବା ବେଳେ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀ ମଧ୍ୟ ଗୃହୀତ ହୋଇଛି । ତେବେ ସ୍ନାନପୂର୍ଣ୍ଣିମା ଦିନ ପ୍ରାୟ ୩ ଘଣ୍ଟା ଶ୍ରଦ୍ଧାଳୁଙ୍କୁ ସ୍ନାନମଣ୍ଡପକୁ ଦର୍ଶନ ପାଇଁ ଛଡାଯିବ। ହେଲେ ଏହି ସମୟରେ କେହି ବି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆହୁରି ପଢ଼ନ୍ତୁ: ଶୃଙ୍ଖଳିତ ରଥଯାତ୍ରା ପାଇଁ ରାଜ୍ୟ ଅତିଥି ଭବନରେ ଉଚ୍ଚସ୍ତରୀୟ ବୈଠକ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

ଆସନ୍ତା ୧୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ପୂର୍ବ ରାତି ସାଢେ ୩ଟାରେ ମଙ୍ଗଳାର୍ପଣ ସରି ଭୋର ୪ଟାରୁ ପହଣ୍ଡି ଆରମ୍ଭ ହେବ । ସକାଳ ୬ଟାରେ ପହଣ୍ଡି ସରି ସାଢେ ୬ଟାରେ ମଙ୍ଗଳ ଆଳତି ହେବ । ସକାଳ ସାଢେ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ମଧ୍ୟରେ ଜଳବିଜେ, ପୂଜା ଓ ଠାକୁରଙ୍କ ସ୍ନାନ ସରିବ । ମଧ୍ୟାହ୍ନ ୧୨ଟା ୧୫ରେ ଛେରାପହଁରା ପରେ ମଧ୍ୟାହ୍ନ ସାଢେ ୧୨ରୁ ଅପରାହ୍ନ ସାଢେ ୩ଟା ଠାକୁରଙ୍କ ହାତୀବେଶ କରାଯିବ । କିନ୍ତୁ ମଙ୍ଗଳ ଆଳତି ସରିବା ପରଠାରୁ ନିରବଚ୍ଛିନ୍ନ ଭାବେ ସ୍ନାନବେଦୀ ସମ୍ମୁଖ ତଳ ର୍ୟାମ୍ପରେ ଭକ୍ତମାନେ ଦର୍ଶନ କରିପାରିବେ । ସନ୍ଧ୍ୟା ୬ରୁ ରାତି ସାଢେ ୯ ଅର୍ଥାତ୍ ସାଢେ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି । ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ଉପରକୁ ଯାଇ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲିଠାରୁ ସ୍ଥଗିତ ରହିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତିମଣତି କାର୍ଯ୍ୟ

ସ୍ନାନଯାତ୍ରାର ବାହୁଡା ପହଣ୍ଡି ରାତି ୧୦ରୁ ଆରମ୍ଭ ହୋଇ ରାତି ୧ଟାରେ ଶେଷ ହେବ। ସେହିପରି ଜୁଲାଇ ୧ରେ ଶ୍ରୀଗୁଣ୍ଡିଚା ଯାତ୍ରା । ସେହିଦିନ ସକାଳ ୯ଟାରେ ତିନିରଥକୁ ପ୍ରତିଷ୍ଠା କରାଯିବ । ୯ଟା ୧୫ରେ ମଙ୍ଗଳାର୍ପଣ ପରେ ସାଢେ ୯ଟାରୁ ଆରମ୍ଭ ହେବ ଠାକୁରଙ୍କ ପହଣ୍ଡି । ସାଢେ ୧୨ଟା ସୁଦ୍ଧା ଦାରୁବିଗ୍ରହମାନେ ରଥାରୁଢ ହେବା ପରେ ମଦନମୋହନ ବିଜେ କରିବେ । ଚିତା ଲାଗି ପରେ ବେଶ ଶେଷ ହେବ । ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ଶେଷ ହେବା ପରେ ଚାରମାଳ ଫିଟାଯାଇ ଘୋଡା ଓ ସାରଥି ଲାଗିବେ । ଏହାପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ସେହିପରି ଜୁଲାଇ ୯ ତାରିଖ ବାହୁଡ଼ା ଯାତ୍ରା ଦିନ ମଧ୍ୟାହ୍ନ ୧୨ଟାରୁ ବାହୁଡା ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ସାଢେ ୨ଟାରେ ଶେଷ ହେବ । ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ଶେଷ ହୋଇ ଅପରାହ୍ନ ୪ଟାରେ ରଥଟଣା ଯିବ । ୧୦ ତାରିଖ ଅପରାହ୍ନ ୫ଟାରୁ ସନ୍ଧ୍ୟା ସାଢେ ୬ଟା ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ରାତି ୧୦ରୁ ୧୧ଟା ମଧ୍ୟରେ ବେଶ ମଇଲମ କରାଯିବ । ୧୧ ତାରିଖରେ ରାତି ୮ଟାରେ ଅଧରପଣା ନୀତି ସମ୍ପନ୍ନ ହେବ । ଜୁଲାଇ ୧୨ ତାରିଖରେ ମହାପ୍ରଭୁ ନୀଳାଦ୍ରିବିଜେ ଅର୍ଥାତ୍ ରତ୍ନସିଂହାସନକୁ ବିଜେ କରିବେ ବୋଲି ନୀତି ଚୂଡ଼ାନ୍ତ ହୋଇଛି।

07 Jun 2022 By The Sakala

ରଥଯାତ୍ରା ଓ ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କୁ ୩ ଘଣ୍ଟା ଅନୁମତି

ପୁରୀ: ଆସନ୍ତା ୧୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପରେ ପରେ ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା, ନୀଳାଦ୍ରିବିଜେ ରହିଛି । ଦୁଇବର୍ଷ ପରେ ମହାପ୍ରଭୁଙ୍କର ଏହି ବିଶେଷ ଯାନିଯାତ୍ରାରେ ଏଥର ସାମିଲ ହେବେ ଭକ୍ତ । ତେଣୁ ଏହାକୁ କିପରି ଶୃଙ୍ଖଳିତ କରାଯିବ ଏବଂ ଏଥିଲାଗି ପ୍ରସ୍ତୁତ ନୀତିକାନ୍ତି କିପରି ନିର୍ଘଣ୍ଟ ସମୟରେ ହେବ ସେଥିନେଇ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟିର ବିଶେଷ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପ୍ରସ୍ତୁତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରାଯାଇଥିବା ବେଳେ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀ ମଧ୍ୟ ଗୃହୀତ ହୋଇଛି । ତେବେ ସ୍ନାନପୂର୍ଣ୍ଣିମା ଦିନ ପ୍ରାୟ ୩ ଘଣ୍ଟା ଶ୍ରଦ୍ଧାଳୁଙ୍କୁ ସ୍ନାନମଣ୍ଡପକୁ ଦର୍ଶନ ପାଇଁ ଛଡାଯିବ। ହେଲେ ଏହି ସମୟରେ କେହି ବି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି ।

ଆସନ୍ତା ୧୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ପୂର୍ବ ରାତି ସାଢେ ୩ଟାରେ ମଙ୍ଗଳାର୍ପଣ ସରି ଭୋର ୪ଟାରୁ ପହଣ୍ଡି ଆରମ୍ଭ ହେବ । ସକାଳ ୬ଟାରେ ପହଣ୍ଡି ସରି ସାଢେ ୬ଟାରେ ମଙ୍ଗଳ ଆଳତି ହେବ । ସକାଳ ସାଢେ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ମଧ୍ୟରେ ଜଳବିଜେ, ପୂଜା ଓ ଠାକୁରଙ୍କ ସ୍ନାନ ସରିବ । ମଧ୍ୟାହ୍ନ ୧୨ଟା ୧୫ରେ ଛେରାପହଁରା ପରେ ମଧ୍ୟାହ୍ନ ସାଢେ ୧୨ରୁ ଅପରାହ୍ନ ସାଢେ ୩ଟା ଠାକୁରଙ୍କ ହାତୀବେଶ କରାଯିବ । କିନ୍ତୁ ମଙ୍ଗଳ ଆଳତି ସରିବା ପରଠାରୁ ନିରବଚ୍ଛିନ୍ନ ଭାବେ ସ୍ନାନବେଦୀ ସମ୍ମୁଖ ତଳ ର୍ୟାମ୍ପରେ ଭକ୍ତମାନେ ଦର୍ଶନ କରିପାରିବେ । ସନ୍ଧ୍ୟା ୬ରୁ ରାତି ସାଢେ ୯ ଅର୍ଥାତ୍ ସାଢେ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି । ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ଉପରକୁ ଯାଇ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ ।

ସ୍ନାନଯାତ୍ରାର ବାହୁଡା ପହଣ୍ଡି ରାତି ୧୦ରୁ ଆରମ୍ଭ ହୋଇ ରାତି ୧ଟାରେ ଶେଷ ହେବ। ସେହିପରି ଜୁଲାଇ ୧ରେ ଶ୍ରୀଗୁଣ୍ଡିଚା ଯାତ୍ରା । ସେହିଦିନ ସକାଳ ୯ଟାରେ ତିନିରଥକୁ ପ୍ରତିଷ୍ଠା କରାଯିବ । ୯ଟା ୧୫ରେ ମଙ୍ଗଳାର୍ପଣ ପରେ ସାଢେ ୯ଟାରୁ ଆରମ୍ଭ ହେବ ଠାକୁରଙ୍କ ପହଣ୍ଡି । ସାଢେ ୧୨ଟା ସୁଦ୍ଧା ଦାରୁବିଗ୍ରହମାନେ ରଥାରୁଢ ହେବା ପରେ ମଦନମୋହନ ବିଜେ କରିବେ । ଚିତା ଲାଗି ପରେ ବେଶ ଶେଷ ହେବ । ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ଶେଷ ହେବା ପରେ ଚାରମାଳ ଫିଟାଯାଇ ଘୋଡା ଓ ସାରଥି ଲାଗିବେ । ଏହାପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ସେହିପରି ଜୁଲାଇ ୯ ତାରିଖ ବାହୁଡ଼ା ଯାତ୍ରା ଦିନ ମଧ୍ୟାହ୍ନ ୧୨ଟାରୁ ବାହୁଡା ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ସାଢେ ୨ଟାରେ ଶେଷ ହେବ । ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ଶେଷ ହୋଇ ଅପରାହ୍ନ ୪ଟାରେ ରଥଟଣା ଯିବ । ୧୦ ତାରିଖ ଅପରାହ୍ନ ୫ଟାରୁ ସନ୍ଧ୍ୟା ସାଢେ ୬ଟା ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ରାତି ୧୦ରୁ ୧୧ଟା ମଧ୍ୟରେ ବେଶ ମଇଲମ କରାଯିବ । ୧୧ ତାରିଖରେ ରାତି ୮ଟାରେ ଅଧରପଣା ନୀତି ସମ୍ପନ୍ନ ହେବ । ଜୁଲାଇ ୧୨ ତାରିଖରେ ମହାପ୍ରଭୁ ନୀଳାଦ୍ରିବିଜେ ଅର୍ଥାତ୍ ରତ୍ନସିଂହାସନକୁ ବିଜେ କରିବେ ବୋଲି ନୀତି ଚୂଡ଼ାନ୍ତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର