ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

About The Author: Madhusudan Das