ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ଯାହା ଫଳରେ […]

ପୁରୀ : ଆସନ୍ତାକାଲି ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ଯାହା ଫଳରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ କରିବାରୁ ବଞ୍ଚିତ ହେବେ । ବନକଲାଗି ନୀତି ସରିବା ପରେ ସାଧାରଣ ଦର୍ଶନ ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

 

About The Author: The Sakala