ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି, ସଂଧ୍ୟା ୬ରୁ ରାତି ୧୦ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି। ଏଣୁ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି । ଖସାପଡ଼ା […]

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି। ଏଣୁ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି ।

ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି।

About The Author: The Sakala