ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ, 3D ଫର୍ମାଟରେ ହେବ ଏହି ସ୍କାନିଂ

The Sakala Picture
Published On

ପୁରୀ : ଶେଷ ହେଲା ଧର୍ମମାସ କାର୍ତ୍ତିକ। ପୂର୍ବ ନିଷ୍ପତ୍ତି ଅନୁଯାୟୀ, ମଙ୍ଗଳବାରଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର୍‌ ସ୍କାନିଂ କରାଯିବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏଏସ୍‌‌ଆଇକୁ ପୂର୍ବରୁ ଅନୁମତି ଦିଆସରିଛି। କାର୍ତ୍ତିକ ମାସ ପାଇଁ ମନ୍ଦିରରେ ଭକ୍ତଙ୍କ ଭିଡ଼ ଅଧିକ ରହୁଥିବାରୁ ପୂର୍ଣ୍ଣିମା ପରଦିନ ଲେଜର ସ୍କାନିଂ ପାଇଁ ଧାର୍ଯ୍ୟ ରହିଥିଲା। ତେବେ ମଙ୍ଗଳବାରଠାରୁ ଲେଜର ସ୍କାନିଂ ଆରମ୍ଭ ହେବ। ଆବଶ୍ୟକ ପଡ଼ିଲେ, ଭିତର ରତ୍ନଭଣ୍ଡାରର ମଧ୍ୟ ଲେଜର୍‌ ସ୍କାନିଂ କରାଯିବ। ଏଥିସହ ଶ୍ରୀମନ୍ଦିର […]

ପୁରୀ : ଶେଷ ହେଲା ଧର୍ମମାସ କାର୍ତ୍ତିକ। ପୂର୍ବ ନିଷ୍ପତ୍ତି ଅନୁଯାୟୀ, ମଙ୍ଗଳବାରଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର୍‌ ସ୍କାନିଂ କରାଯିବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏଏସ୍‌‌ଆଇକୁ ପୂର୍ବରୁ ଅନୁମତି ଦିଆସରିଛି। କାର୍ତ୍ତିକ ମାସ ପାଇଁ ମନ୍ଦିରରେ ଭକ୍ତଙ୍କ ଭିଡ଼ ଅଧିକ ରହୁଥିବାରୁ ପୂର୍ଣ୍ଣିମା ପରଦିନ ଲେଜର ସ୍କାନିଂ ପାଇଁ ଧାର୍ଯ୍ୟ ରହିଥିଲା। ତେବେ ମଙ୍ଗଳବାରଠାରୁ ଲେଜର ସ୍କାନିଂ ଆରମ୍ଭ ହେବ। ଆବଶ୍ୟକ ପଡ଼ିଲେ, ଭିତର ରତ୍ନଭଣ୍ଡାରର ମଧ୍ୟ ଲେଜର୍‌ ସ୍କାନିଂ କରାଯିବ। ଏଥିସହ ଶ୍ରୀମନ୍ଦିର ପରିସର ଅନ୍ୟାନ୍ୟ ଛୋଟବଡ଼ ମନ୍ଦିରର ମଧ୍ୟ ସ୍କାନିଂ କରାଯିବା ଲାଗି ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସକାଳ ଧୂପ ପରେ ଏହାକୁ କରାଯିବାକୁ ଲକ୍ଷ ରଖାଯାଇଛି। ମହାପ୍ରଭୁଙ୍କ ନୀତି କିଭଳି ପ୍ରଭାବିତ ନହେବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇ କାର୍ଯ୍ୟ କରାଯିବ।| ସ୍କାନିଙ୍ଗ ପାଇଁ ମୁମ୍ବାଇର ସେନଜେନ କମ୍ପାନୀରୁ ଆସିଛନ୍ତି ୩ଜଣ ଇଞ୍ଜିନିଅର। ଯେଉଁ ମାନେ ଏଏସ୍‌‌ଆଇ ଅଧୀନରେ ଥିବା ସମସ୍ଥ ଐତିହ୍ୟର ଲେଜର ସ୍କାନିଙ୍ଗ ସହ ଅନ୍ୟାନ୍ୟ କାର୍ଯ୍ୟ କରିଥାନ୍ତି। 3D ଫର୍ମାଟ ରେ ଏହି ସ୍କାନିଙ୍ଗ କରାଯିବ। ଯେଉଁ ଥିରେ ପ୍ରକୃତରେ କଣ ସମସ୍ୟା ରହିଛି ତାହା ସଠିକ ଭାବେ ଜଣାପଡିବ। ତେବେ ଇଞ୍ଜିନିଅର ମାନଙ୍କ ସହ ଏଏସ୍‌‌ଆଇ ଅଫିସିଆଲ, ଶ୍ରୀମନ୍ଦିର ପ୍ରଶାସନର ଇଞ୍ଜିନିଅର ଓ ଅଧିକାରୀଙ୍କ ସମେତ ସେବାୟତ ପ୍ରତିନିଧି ରହିଛନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ବିଭିନ୍ନ ସମୟରେ ରତ୍ନଭଣ୍ଡାର ସ୍ଥିତିକୁ ନେଇ ପ୍ରଶ୍ନ ଉଠିବା ପରେ ଏହାର ବାସ୍ତବ ସ୍ଥିତି ଜାଣିବା ପାଇଁ ଏଏସ୍‌‌ଆଇ ଲେଜର ସ୍କାନିଂ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନର ଅନୁମତି ଲୋଡ଼ିଥିଲା। ତେଣୁ ଏଏସ୍‌‌ଆଇକୁ ଲେଜର ସ୍କାନିଂ ପାଇଁ ଅନୁମତି ଦେଇସାରିଛି ମନ୍ଦିର ପ୍ରଶାସନ। ଗତ ୪ତାରିଖରେ ଅନୁଷ୍ଠିତ ହୋଇଥିଲା ରତ୍ନଭଣ୍ଡାର ସବ୍‌‌ କମିଟି ବୈଠକ। ଏଥିରେ ବିସ୍ତୃତ ଭାବେ ରତ୍ନଭଣ୍ଡାର ସମ୍ପର୍କରେ ଆଲୋଚନା ହେବା ସହ ଲେଜର୍‌ ସ୍କାନିଂ ନେଇ ମଧ୍ୟ ତର୍ଜମା କରାଯାଇଥିଲା। କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଲେଜର ସ୍କାନିଂ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ, ମଙ୍ଗଳବାରଠାରୁ ଲେଜର ସ୍କାନିଂ ଆରମ୍ଭ କରାଯିବ। ଏ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ଭିଡ଼ ହେଉଥିବାରୁ ପୂର୍ଣ୍ଣମୀ ପରଦିନ ଲେଜର ସ୍କାନିଂ ପାଇଁ ଏଏସ୍‌‌ଆଇକୁ ଅନୁମତି ଦିଆଯାଇଛି। ସେମାନେ ଯେକୌଣସି ସମୟରେ ତାଙ୍କର ସୁବିଧା ଦେଖି ଲେଜର ସ୍କାନିଂ କରିପାରିବେ। ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର